ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଛି। ସ୍ଥିତି ଅନୁଧ୍ୟାନ ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ଗୁରୁତର ଥିବା ୫ ଅନ୍ତେବାସୀଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପୂର୍ବରୁ ୨ଜଣ ଆଇସିୟୁରେ ଥିବା ବେଳେ ଅନ୍ୟ ୧୯ଜଣ ସୋର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସରେ ଆକ୍ରାନ୍ତ ହେବା ଜଣାପଡିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ପ୍ରଶାସନ, ସୋର ପୌର ପରିଷଦ ତପତ୍ରତା ପ୍ରକାଶ କରିଛି। ସୋର ପୌରାଞ୍ଚଳ ପକ୍ଷରୁ କନ୍ୟାଶ୍ରମ ପରିସରରେ ମଶାଧୂଆଁ ପ୍ରୟୋଗ କରାଯିବା ସହ ପରିମଳ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଯାଇଛି। ସେହିପରି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପକ୍ଷରୁ କନ୍ୟାଶ୍ରମ ଆଖପାଖରେ ଘୁଷୁରି ପାଳନ କିମ୍ବା ଅନ୍ୟାନ୍ୟ ଦିଗ ଉପରେ ନିରୀକ୍ଷଣ କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲ ସେନ ଜଗଦ୍ଦେବ ପ୍ରକାଶ କରିଛନ୍ତି।
ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ପରିଚାଳିତ ଗାନ୍ଧୀ ସେବା ସଂଘ ପୁରୁବାଈ ଘରୋଇ କନ୍ୟାଶ୍ରମରେ ୧ମରୁ ୧୦ମ ଶ୍ରେଣୀ ଯାଏ ମୋଟ୍‌ ୧୫୫ ଅନ୍ତେବାସୀ ରହି ଆସୁଛନ୍ତି। ଗତ ୧୭ ତାରିଖରେ ମଧ୍ୟାହ୍ନଭୋଜନ ଖାଇବା ପରେ ୨୭ଜଣ ଜ୍ୱର, ପେଟବ୍ୟଥା ଓ ମୁଣ୍ଡବିନ୍ଧାରେ ଆକ୍ରାନ୍ତ ହୋଇଥିଲେ। ସେଥିମଧ୍ୟରୁ ୩ଜଣ ଗୁରୁତର ହୋଇପଡ଼ିବାରୁ ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଆଇସିୟୁରେ ରଖାଯାଇଥିଲା। ସେଠାରେ ୧୦ମ ଶ୍ରେଣୀ ଛାତ୍ରୀ ନୀଳଗିରି ଅଞ୍ଚଳର ରୁବିନା ସିଂଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ. ନିରଞ୍ଜନ ମିଶ୍ର, ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ଖାଦ୍ୟ ସୁରକ୍ଷା ବିଭାଗ ଓ ଶିଶୁ ମଙ୍ଗଳ କମିଟିର ଅଧିକାରୀମାନେ ଆଶ୍ରମରେ ପହଞ୍ଚତ୍ ଘଟଣାର ତଦନ୍ତ କରିବା ସହ ଏକ ଡାକ୍ତରୀ ଦଳ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ୨୯ଜଣ ଅନ୍ତେବାସୀଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri