ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡିଛି। ସ୍ଥିତି ଅନୁଧ୍ୟାନ ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପହଞ୍ଚି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ଗୁରୁତର ଥିବା ୫ ଅନ୍ତେବାସୀଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପୂର୍ବରୁ ୨ଜଣ ଆଇସିୟୁରେ ଥିବା ବେଳେ ଅନ୍ୟ ୧୯ଜଣ ସୋର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସରେ ଆକ୍ରାନ୍ତ ହେବା ଜଣାପଡିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ପ୍ରଶାସନ, ସୋର ପୌର ପରିଷଦ ତପତ୍ରତା ପ୍ରକାଶ କରିଛି। ସୋର ପୌରାଞ୍ଚଳ ପକ୍ଷରୁ କନ୍ୟାଶ୍ରମ ପରିସରରେ ମଶାଧୂଆଁ ପ୍ରୟୋଗ କରାଯିବା ସହ ପରିମଳ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଯାଇଛି। ସେହିପରି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପକ୍ଷରୁ କନ୍ୟାଶ୍ରମ ଆଖପାଖରେ ଘୁଷୁରି ପାଳନ କିମ୍ବା ଅନ୍ୟାନ୍ୟ ଦିଗ ଉପରେ ନିରୀକ୍ଷଣ କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲ ସେନ ଜଗଦ୍ଦେବ ପ୍ରକାଶ କରିଛନ୍ତି।
ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ପରିଚାଳିତ ଗାନ୍ଧୀ ସେବା ସଂଘ ପୁରୁବାଈ ଘରୋଇ କନ୍ୟାଶ୍ରମରେ ୧ମରୁ ୧୦ମ ଶ୍ରେଣୀ ଯାଏ ମୋଟ୍‌ ୧୫୫ ଅନ୍ତେବାସୀ ରହି ଆସୁଛନ୍ତି। ଗତ ୧୭ ତାରିଖରେ ମଧ୍ୟାହ୍ନଭୋଜନ ଖାଇବା ପରେ ୨୭ଜଣ ଜ୍ୱର, ପେଟବ୍ୟଥା ଓ ମୁଣ୍ଡବିନ୍ଧାରେ ଆକ୍ରାନ୍ତ ହୋଇଥିଲେ। ସେଥିମଧ୍ୟରୁ ୩ଜଣ ଗୁରୁତର ହୋଇପଡ଼ିବାରୁ ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଆଇସିୟୁରେ ରଖାଯାଇଥିଲା। ସେଠାରେ ୧୦ମ ଶ୍ରେଣୀ ଛାତ୍ରୀ ନୀଳଗିରି ଅଞ୍ଚଳର ରୁବିନା ସିଂଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ. ନିରଞ୍ଜନ ମିଶ୍ର, ଜିଲା ସ୍ବାସ୍ଥ୍ୟ ବିଭାଗ, ଜିଲା ଖାଦ୍ୟ ସୁରକ୍ଷା ବିଭାଗ ଓ ଶିଶୁ ମଙ୍ଗଳ କମିଟିର ଅଧିକାରୀମାନେ ଆଶ୍ରମରେ ପହଞ୍ଚତ୍ ଘଟଣାର ତଦନ୍ତ କରିବା ସହ ଏକ ଡାକ୍ତରୀ ଦଳ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ୨୯ଜଣ ଅନ୍ତେବାସୀଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri