ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ଭିତରେ ଥିବା ସୁନା ଅଳଙ୍କାର ଏକ ଅସ୍ଥାୟୀ ଷ୍ଟ୍ରଙ୍ଗ୍‌ରୁମ୍‌କୁ ସ୍ଥାନାନ୍ତର କରାଯାଇଛି।
ଏହା ପରେ ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଟ୍ରେଜେରୀରୁ ଯେଉଁ ଚାବି ଅଣାଯାଇଥିଲା, ସେଥିରେ ଖୋଲିଲା ନାହିଁ। ସରକାରଙ୍କ ଏସ୍‌ଓପି ଅନୁଯାୟୀ, ତାଲା  ଭଙ୍ଗା ଯାଇ ଭିତରକୁ ଟିମ୍‌ ଯାଇଥିଲେ। ଭିତର ରତ୍ନଭଣ୍ଡାରରେ ସିନ୍ଦୁକରେ ଅଳଙ୍କାର ଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତେବେ ଆଜି ଗଣତି ହେବ ନାହିଁ କେବଳ ଯାଞ୍ଚ ହେବ ବୋଲି ସେ  କହିଛନ୍ତି।

ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଥିଲେ। ଏମାନଙ୍କ ମଧ୍ୟରେ ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଜଷ୍ଟିସ୍‌ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯାଇଥିଲେ। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡ଼ନାୟକ ରତ୍ନଭଣ୍ଡାର ସବ୍‌ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିରତକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri