କ୍ୟାବିନେଟ୍‌ରେ ଉପସ୍ଥାପନ ହେବ ତଦନ୍ତ କମିଶନ ରିପୋର୍ଟ

କଟକ,୬ା୩(କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ମାମଲାରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ କ୍ୟାବିନେଟ୍‌ରେ ଉପସ୍ଥାପନ ହେବ। ଏଥିପାଇଁ ହାଇକୋର୍ଟ ସମୟ ଦେବାକୁ ସତ୍ୟପାଠରେ ରାଜ୍ୟ ସରକାର ଆବେଦନ କରିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଓ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ମାମଲାର ବିବରଣୀ ଅନୁସାରେ, ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କରୁଥିଲେ ଜଷ୍ଟିସ୍‌ ରଘୁବର ଦାସ କମିଶନ। କମିଶନ ତାଙ୍କର ତଦନ୍ତ ଶେଷକରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିସାରିଛନ୍ତି। ତେବେ ରତ୍ନଭଣ୍ଡାର ଚାବି ହଜିବା ଘଟଣା ରିପୋର୍ଟ ସାର୍ବଜନୀନ କରିବା ନିମନ୍ତେ ପୁରୀର ଦିଲୀପ ବରାଳ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଘଟଣାରେ କେଉଁମାନେ ସମ୍ପୃକ୍ତ, ଚାବି ହଜିବା ପରେ ପୁଣି ଚାବି କିପରି ମିଳିଲା, ଏନେଇ ରତ୍ନଭଣ୍ଡାରରେ ରତ୍ନ ସୁରକ୍ଷିତ ରହିଛି କି ନାହିଁ ସେସବୁ ବିଷୟରେ ଜାଣିବା ରାଜ୍ୟବାସୀଙ୍କର ହକ୍‌ ରହିଛି। ତେଣୁ ରାଜ୍ୟ ସରକାର ରଘୁବର ଦାସ କମିଶନଙ୍କ ତଦନ୍ତ ରିପୋର୍ଟ ସାର୍ବଜନୀନ କରିବା ନିମନ୍ତେ ହାଇକୋର୍ଟ ଆଦେଶ ଦେବାକୁ ଆବେଦନକାରୀ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri