ନିର୍ଦ୍ଦେଶନାମା କାଗଜକଲମରେ ସୀମିତ

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା ସହରର ଦୈନିକ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ରହୁଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେ ନାହିଁ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶ ରହିଥିଲା। ତେବେ ଖରାରେ ଖୋଦ୍‌ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶ୍ରମିକମାନେ କାମ କରୁଥିବା ଦେଖିବାକୁ ମିଳିଛି। କାର୍ଯ୍ୟାଳୟ ପରିସରରେ ମାଟି ସମତୁଲ, ଅନାବନା ଗଛଲତା ଉପାଡିବା ଆଦି କାର୍ଯ୍ୟ ଶ୍ରମିକମାନେ କରୁଛନ୍ତି। ସେହିପରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଜାରି ରହିଛି। ଏଠାରେ ମଧ୍ୟ ସମାନ ସ୍ଥିତି। ଜାତୀୟ ରାଜପଥରେ ଜଳ କିଓସ୍କି ଏବଂ ନିର୍ମାଣ ସ୍ଥଳରେ ପର୍ଯ୍ୟାପ୍ତ ମାତ୍ରାରେ ପାନୀୟଜଳ ବ୍ୟବସ୍ଥା ଲାଗି ନିର୍ଦ୍ଦେଶ ସତ୍ତ୍ୱେ ଏହା ପ୍ରହସନରେ ପରିଣତ ହୋଇଛି। ୧୬ ନମ୍ବର ଜାତୀୟ ରାଜପଥର ଜଟଣୀ ଗେଟ୍‌ଠାରୁ ଟାଙ୍ଗୀ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଜାରି ରହିଛି। କେଉଁଠି ହେଲେ ପ୍ରଶାସନ କିମ୍ବା ଶ୍ରମ ବିଭାଗ ପକ୍ଷରୁ କୌଣସି ଗାଇଡ୍‌ଲାଇନ ଜାରି କରାଯାଇ ନ ଥିବା ଜଣାପଡ଼ିଛି। କେବଳ ସରକାରୀ କାଗଜକଲମରେ ନିର୍ଦ୍ଦେଶନାମା ଜାରି କରି ପ୍ରଶାସନିକ ଅଧିକାରୀମାନେ ଚୁପ୍‌ ବସିଛନ୍ତି।
ସହରରେ ସବୁଠି କୋଠାବାଡ଼ି ନିର୍ମାଣ କାର୍ଯ୍ୟ ଜାରି ରହିଛି। ଶ୍ରମିକମାନେ ବିପଜ୍ଜନକ ଭାବେ କାମ କରୁଥିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ଗାଇଡ୍‌ଲାଇନ ପାଳନ କରାଯାଉନାହିଁ। ଠିକାସଂସ୍ଥା ପକ୍ଷରୁ ପାନୀୟଜଳ ବ୍ୟବସ୍ଥା କରାଯାଉ ନ ଥିବା ବହୁ ଶ୍ରମିକ କହିଛନ୍ତି। ଖୋର୍ଦ୍ଧା ସହରର ଟ୍ରାଫିକ ଛକଠାରୁ ନୂଆ ବସ୍‌ଷ୍ଟାଣ୍ଡ, ପୁରୁଣା ବସ୍‌ଷ୍ଟାଣ୍ଡ, ନୟାଗଡ ରାସ୍ତା, ମାରଓ୍ବାଡି ପଟି, ଗୋଡ଼ି ପୋଖରୀ, ମୁକୁନ୍ଦପ୍ରସାଦ ଜନଗହଳି ରହୁଥିଲେ ମଧ୍ୟ ପୌର ପ୍ରଶାସନ ପକ୍ଷରୁ ପାନୀୟ ଜଳର ବ୍ୟବସ୍ଥା କରାଯାଇନାହିଁ। ଡାକବଙ୍ଗଳା ଓ ନୂଆ ବସ୍‌ଷ୍ଟାଣ୍ଡରେ ଏକ ଟେଣ୍ଟ୍‌ହାଉସ ତଳେ ଦୁଇଟି ପାଣି ମାଠିଆ ରଖି ପ୍ରଶାସନ କାମ ସାରିଦେଇଛି। ପାଣି ସରିବା ପରେ ମାଠିଆ ଭରିବାକୁ କେହି ନାହାନ୍ତି। ସକାଳୁଆ ପାଣି ଭରିଦେବା ପରେ ଅପରାହ୍ନରେ କାହାରିକୁ ଦେଖିବାକୁ ମିଳୁନାହିଁ। ପ୍ରତି ସମୟରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗକାରୀ ଏବଂ ଭୁବନେଶ୍ୱର ଯିବା ଲାଗି ଯାତ୍ରୀ ମାନେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି। ଏଠାରେ ଲୋକଙ୍କ ପାଇଁ କୌଣସି ପାନୀୟ ଜଳର ବ୍ୟବସ୍ଥା ନାହିଁ। କେବଳ ଜିଲାପାଳଙ୍କ କାର୍ଯ୍ୟାଳୟ ନୁହଁ, ବସ୍‌ଷ୍ଟାଣ୍ଡ ସମେତ କୌଣସି ସରକାରୀ କାର୍ଯ୍ୟାଳୟରେ ଲୋକଙ୍କ ଲାଗି ପାନୀୟ ଜଳର ବ୍ୟବସ୍ଥା କରାଯାଇନାହିଁ। ଏଠାକୁ ଆସୁଥିବା ଅଭିଯୋଗକାରୀ ପାଣି ପାଇଁ ଡହଳବିକଳ ହେଉଛନ୍ତି। ଏ ନେଇ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri