ପୀଡ଼ିତାଙ୍କ ପରିବାରକୁ ୫ଲକ୍ଷ କ୍ଷତିପୂରଣ ଦେବାକୁ ବୀମା କମ୍ପାନୀକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬ବ୍ୟୁରୋ): ରଥଯାତ୍ରା ସମୟରେ ହୋଇଥିବା ଦଳା ଚକଟାରେ ପ୍ରାଣ ହରାଇଥିବା ଜଣେ ମହିଳାଙ୍କ ନିକଟ ସମ୍ପର୍କୀୟଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଏକ ବୀମା କମ୍ପାନୀକୁ ଓଡ଼ିଶା ରାଜ୍ୟ ମାନବ ଅଧିକାର କମିଶନ(ଓଏଚ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି। ମୃତା ସରସ୍ବତୀ ମଲ୍ଲିକଙ୍କ ସ୍ବାମୀ ହଗୁରୀଙ୍କ ଆବେଦନର ଶୁଣାଣି କରି ଓଏଚ୍‌ଆର୍‌ସି ଆସନ୍ତା ୩୦ଦିନ ମଧ୍ୟରେ ଏହି ସହାୟତା ରାଶି ପ୍ରଦାନ କରିବାକୁ କହିଛନ୍ତି। ସୂଚନାଯୋଗ୍ୟ ୨୦୧୮ ମସିହାରେ ରଥଯାତ୍ରା ସମୟରେ ସରସ୍ବତୀ ଏବଂ ଅନ୍ୟ କିଛି ଶ୍ରଦ୍ଧାଳୁ ଦଳାଚକଟାର ଶିକାର ହୋଇଥିଲେ। ଏଥିରେ ଗୁରୁତର ହୋଇଥିବା ସରସ୍ବତୀଙ୍କୁ ପ୍ରଥମେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲ। ପରେ ତାଙ୍କୁ କଟକ ଏସ୍‌ସିସିବି ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସରସ୍ବତୀଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଶ୍ରୀମନ୍ଦିର ପ୍ରଶାସନ ବୀମା କମ୍ପାନୀକୁ ସୁପାରିସ କରିଥିଲେ ସୁଦ୍ଧା ବୀମା କମ୍ପାନୀ ମୃତଦେହ ବ୍ୟବଚ୍ଛେଦ ହୋଇ ନ ଥିବା ଆଳ ଦେଖାଇ କିଛି ଶୁଣୁ ନ ଥିଲେ। ଫଳରେ ହଗୁରି କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri