ଭୁବନେଶ୍ୱର,୩।୨: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ପକ୍ଷରୁ ୨୦୨୪-୨୦୨୫ ଆର୍ଥିକ ବର୍ଷ ଅନ୍ତରୀଣ ବଜେଟକୁ ଅଭିବୃଦ୍ଧିଭିତ୍ତିକ ବଜେଟ ଭାବେ ସ୍ବାଗତ କରାଯାଇଛି। ବିଶେଷକରି ଉକ୍ତ ବଜେଟରେ ପୁଞ୍ଜି ବିନିଯୋଗ, ଭିତ୍ତିଭୂମି ବିକାଶ, ରେଳ, ପ୍ରତିରକ୍ଷା ଏବଂ ବିମାନ ଚଳାଚଳ ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଏ ନେଇ ଜିନ୍ଦଲ ଷ୍ଟେନ୍ଲେସ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ମଧ୍ୟବର୍ତ୍ତୀ ବଜେଟର ଏକ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ ହେଉଛି, ପୁଞ୍ଜି ଖର୍ଚ୍ଚରେ ୧୧.୧% ବୃଦ୍ଧି, ଯାହା ୧୧.୧୧ଲକ୍ଷ କୋଟି ଭାରତୀୟ ମୁଦ୍ରାର ଖର୍ଚ୍ଚ ବୃଦ୍ଧି ଏବଂ ଜିଡିପିର ୩.୪% ବୋଲି ଆକଳନ କରାଯାଇଥାଏ। ଏପରିକି ଭିତ୍ତିଭୂମି ବିକାଶ ଉପରେ କେନ୍ଦ୍ର ସରକାରଙ୍କର ଏହି ଅଦମ୍ୟ ଗୁରୁତ୍ୱ ଏକ ବିକଶିତ ଓ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣ ସହ ସମାନ୍ତରାଳ ଭାବେ ଉତ୍ପାଦନ କ୍ଷେତ୍ରକୁ ଆଗକୁ ବଢାଇବ ବୋଲି ଆଶା କରାଯାଉଛି। ସେହିଭଳି ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଅନ୍ତର୍ଗତ ରେଳ କରିଡର କାର୍ଯ୍ୟକ୍ରମ ଏବଂ ରେଳ ବଗିଗୁଡ଼ିକୁ ବନ୍ଦେ ଭାରତ କୋଚରେ ପରିଣତ କରିବା ଭଳି ପ୍ରମୁଖ ଘୋଷଣା ଗମନାଗମନ ଏବଂ ଯାତ୍ରୀ ସୁରକ୍ଷା ଉପରେ ସକାରାତ୍ମକ ପ୍ରଭାବ ପକାଇବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଭାରତ-ୟୁରୋପ-ମଧ୍ୟ-ପୂର୍ବ କରିଡରର ପ୍ରସ୍ତାବ ହେଉଛି, ବାଣିଜ୍ୟ ବିସ୍ତାର ଏବଂ ଅର୍ଥନୈତିକ ସମ୍ପର୍କକୁ ସୁଦୃଢ କରିବା ନିମନ୍ତେ ଏକ ଉଚିତ ରଣନୀତିକ ପଦକ୍ଷେପ। ଏପରିକି ସ୍ଥିରତା ଉପରେ ଏହି ବଜେଟର ଧ୍ୟାନ, ବିଶେଷତଃ ଛାତ ଉପର ସୌରଶକ୍ତି ଉତ୍ପାଦନ, ଷ୍ଟେନ୍ଲେସ୍ ଷ୍ଟିଲ୍ ଶିଳ୍ପର ପରିବେଶ ଦାୟିତ୍ୱ ସହିତ ପ୍ରତିବଦ୍ଧତା ସହ ସମାନ୍ତରାଳ ଏବଂ ଦକ୍ଷତା ବୃଦ୍ଧି, ଉଦ୍ୟୋଗ ତଥା ଉଦ୍ୟୋଗୀମାନଙ୍କୁ ସମର୍ଥନ ଏବଂ ଶିକ୍ଷାଗତ ଭିତ୍ତିଭୂମିକୁ ମଜଭୁତ କରି ଯୁବ ସଶକ୍ତୀକରଣ, ସମୃଦ୍ଧ ଏବଂ ସ୍ଥାୟୀ ଭବିଷ୍ୟତ ନିର୍ମାଣରେ ସହାୟକ ହେବ।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


