ଖୋଲିଲା ଭିତରକନିକା, ପ୍ରଥମ ଦିନରେ ୪୭ ପର୍ଯ୍ୟଟକ

ରାଜନଗର, ୨।୮ (ଭାସ୍କର ରାଉତରାୟ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ମଙ୍ଗଳବାରଠାରୁ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଛି। ଦୀର୍ଘ ୩ମାସ ପରେ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଥିବାରୁ ଆଗନ୍ତୁକ ପର୍ଯ୍ୟଟକଙ୍କ ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ପ୍ରଥମ ଦିନରେ ଭିତରକନିକା ବୁଲି ଆସିଥିବା ୪୭ ପର୍ଯ୍ୟଟକଙ୍କୁ ପୁଷ୍ପଗୁଚ୍ଛ ଓ ମିଠା ଖୁଆଇ ବନ କର୍ମଚାରୀମାନେ ସ୍ବାଗତ କରିଥିଲେ। ଭିତରକନିକାକୁ ପଲିଥିନ ମୁକ୍ତ କରିବାକୁ ଭିତରକନିକା ଆସିଥିବା ପର୍ଯ୍ୟଟକମାନଙ୍କୁ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ବନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ବୁଝାଇଥିଲେ। ଏଥିସହ ପଲିଥିନ କିପରି ଜୀବଜନ୍ତୁ ଓ ଜୈବ ବିବିଧତା ଉପରେ ପ୍ରଭାବ ପକାଉଛି, ସେ ନେଇ ସଚେତନ କରିଥିଲେ। ଏଥିସହ ପର୍ଯ୍ୟଟକମାନଙ୍କୁ କାଗଜ ବ୍ୟାଗ ଓ କପଡା ବ୍ୟାଗ ମଧ୍ୟରେ ଜାତୀୟ ଉଦ୍ୟାନ ମଧ୍ୟକୁ ସେମାନେ ଆଣିଥିବା ସାମଗ୍ରୀ ନେବା ପାଇଁ କହିବା ସହ ପ୍ରଥମ ଦିନରେ ମାଗଣାରେ କାଗଜ ବ୍ୟାଗ ବଣ୍ଟନ କରିଥିଲେ। ଭିତରକନିକା ଆସୁଥିବା ପର୍ଯ୍ୟଟକମାନଙ୍କୁ ଖୋଳା ଓ ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟରେ ପଲିଥିନ ଓ ପ୍ଲାଷ୍ଟିକ ବଦଳରେ କପଡା ଓ କାଗଜ ବ୍ୟାଗ ରଖାଯାଇଛି। ଏହାର ମୂଲ୍ୟ ଦେଇ ପର୍ଯ୍ୟଟକମାନେ ଏଣ୍ଟ୍ରି ପଏଣ୍ଟରେ ପରମିଟ କାଟିବା ବେଳେ ନେଇ ପାରିବେ ବୋଲି କନିକା ରେଞ୍ଜ ଅଫିସର ମାନସ କୁମାର ଦାସ ସୂଚନା ଦେଇଛନ୍ତି। ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟରେ ରେଞ୍ଜ ଅଫିସର ଦାସ, ଫରେଷ୍ଟର ପ୍ରଶାନ୍ତ କୁମାର ସିଂ, ନବୀନ କୁମାର ମଲ୍ଲିକ, ସୁନିଲ ରଞ୍ଜନ ରାଉତରାୟ, ଅନନ୍ତ କୁମାର ପାଣିଗ୍ରାହୀ, ବିନୋଦ ଚନ୍ଦ୍ର ବେହେରା, ସୋନାଲି ମଲ୍ଲିକ, ଯଶୋବନ୍ତ ବେହେରା, ବିଜୟ କୁମାର ପଣ୍ଡା, ସ୍ମୃତି ରଞ୍ଜନ ବେହେରାଙ୍କ ସମେତ ରବି ସିଂ, ଚନ୍ଦ୍ରଭାନୁ ଦାସ, ବିପିନ ବେହେରା, ରଞ୍ଜନ ବେହେରା, ଅଶୋକ କୁମାର ଦଳାଇ ପ୍ରମୁଖ ପର୍ଯ୍ୟଟକମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସେହିପରି ଗୁପ୍ତି ଏଣ୍ଟ୍ରି ପଏଣ୍ଟରେ ଏସିଏଫ ପୁନମ ହୀରା ହଁାସଦା, ରେଞ୍ଜ ଅଫିସର ଚିତ୍ତ ରଞ୍ଜନ ବେଉରା, ଫରେଷ୍ଟର ବିଭୂତି ଭୂଷଣ ତରାଇ, ତ୍ରିଦୀପ ପ୍ରଧାନ, ରଞ୍ଜିତ ରାଉତ ଇକୋ ଡେଭଲପମେଣ୍ଟ କମିଟିର ଗିରିଶ ନାୟକ, ଖଗେଶ୍ୱର ଲେଙ୍କା, ରମେଶ ମିସ୍ତ୍ରୀ ପ୍ରମୁଖ ପର୍ଯ୍ୟଟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।
ସୂଚନାଯୋଗ୍ୟ, ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ମଙ୍ଗଳବାର ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତା ମୂଳକ କରାଯାଇଛି। ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ଏଣ୍ଟ୍ରି ପଏଣ୍ଟ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ପ୍ରଥମ ଦିନରେ ସ୍ଥଳପଥରେ ଡାଙ୍ଗମାଳ ଏଣ୍ଟ୍ରି ପଏଣ୍ଟ ଦେଇ ଭିତରକନିକାକୁ ୨୨ଜଣ ପର୍ଯ୍ୟଟକ ଆସିଥିବା ବେଳେ ଖୋଳା ଏଣ୍ଟ୍ରି ପଏଣ୍ଟ ଦେଇ ଗୋଟିଏ ବୋଟରେ ୧୦ଜଣ ଓ ଗୁପ୍ତି ଏଣ୍ଟ୍ରି ପଏଣ୍ଟ ଦେଇ ଗୋଟିଏ ବୋଟରେ ୧୫ଜଣ ପର୍ଯ୍ୟଟକ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri