୫କୋଟି ବ୍ୟୟରେ ହେବ ବ୍ୟାଖ୍ୟାକରଣ କେନ୍ଦ୍ର

ଭୁବନେଶ୍ୱର,୭।୪(ବ୍ୟୁରୋ): ବିଶ୍ୱର ଏକ ପ୍ରମୁଖ ଐତିହାସିକ ସ୍ଥଳ ଭାବେ ଧଉଳି ଶାନ୍ତି ସ୍ତୁପ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏହି ଠାରୁ ହିଁ ଶାନ୍ତି, ଅହିଂସା ଓ ସତ୍ୟର ମନ୍ତ୍ର ସମଗ୍ର ବିଶ୍ୱକୁ ଉଦ୍‌ବୁଦ୍ଧ କରିଥିଲା। ଏହି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ପାଇଁ ମଙ୍ଗଳବାର ସ୍ବତନ୍ତ୍ର ସର୍କିଟ୍‌ ହାଉସରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଧାରଣ ଉଦ୍ୟୋଗ ଓ ସମାଜ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଅଧ୍ୟକ୍ଷତା କରିଥିଲେ। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଧଉଳି ସ୍ତୁପର ତୁରନ୍ତ ମରାମତି କରାଯିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାର ଗୁରୁତ୍ୱ ଉପଲବ୍ଧ କରି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପଣ୍ଡା ତୁରନ୍ତ ବିଧାୟକ ଆଞ୍ଚଳିକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଏକ ଚେକ୍‌ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ ଚନ୍ଦ୍ର ସ୍ବାଇଁଙ୍କୁ ପ୍ରଦାନ କରିଥିଲେ। ଧଉଳି ଉନ୍ନୟନ କମିଟି ମାଧ୍ୟମରେ ତଥା ପଦ୍ମବିଭୂଷଣ ସ୍ଥପତି ସୁଦର୍ଶନ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତିସ୍ତୁପର ମରାମତି କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରାଯିବ। ଆବଶ୍ୟକ ପଡ଼ିିଲେ ଆଉ ଅତିରିକ୍ତ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୨୦୨୨ରେ ଧଉଳି ଶାନ୍ତିସ୍ତୁପର ୫୦ବର୍ଷ ପ୍ରତିଷ୍ଠା ଦିବସ ପାଳନ ହେବ। ଏହାକୁ ଭବ୍ୟରୀତିରେ ପାଳନ କରାଯିବା ନେଇ ବୈଠକରେ ମତ ପ୍ରକାଶ ପାଇଛି। ଆଗାମୀ ଦିନରେ ଧଉଳିରେ ୫କୋଟି ଟଙ୍କା ବ୍ୟୟରେ ଏକ ବ୍ୟାଖ୍ୟାକରଣ କେନ୍ଦ୍ର ଆରମ୍ଭ କରାଯିବ। ଏଥିଲାଗି ୧୨ ଏକର ଜମି ଉପଲବ୍ଧ ଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ବୈଠକରେ କଳିଙ୍ଗ ବୁଦ୍ଧ ନିପନ୍‌ ସଂଘର ଟୋସିଆକି ଟାନବା, ଟାକାହିରୋ ଓ କୋନୋଗି, ବେଇଦି ନାକାସାଟୋ, ଯୋଜନା ଓ ସମନ୍ବୟର ଉପନିର୍ଦ୍ଦେଶକ ଶଙ୍କର ବେହେରା, ପର୍ଯ୍ୟଟନ ଅଧିକାରୀ ଅଜୟ କୁମାର ରାଉତ, ସହକାରୀ ଜିଲାପାଳ ସମୀର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri