ଡାନେଲ ଲାଇଟ୍‌ର ଉଦ୍ଭାବକ

ସ୍ବିଡେନ୍‌ର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ଗୌଷ୍ଟଫ ଡାନେଲ୍‌। ନିଜର ଗବେଷଣା ଜୀବନ ମଧ୍ୟରେ ସେ ଡାନେଲ୍‌ ଲାଇଟ୍‌ ଏବଂ ଏଜିଏ କୁକ୍‌ର ଆବିଷ୍କାର କରିବାରେ ସକ୍ଷମ ହୋଇଥିଲେ। ଲାଇଟ୍‌ ହାଉସରେ ଗ୍ୟାସ୍‌ ଆକ୍ୟୁମଲେଟର ବ୍ୟବହାର କରାଯାଉଥିବା ଅଟୋମେଟିକ ରେଗୁଲେଟର ପାଇଁ ତାଙ୍କୁ ୧୯୧୨ରେ ସମ୍ମାନଜନକ ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ୧୮୬୯ ନଭେମ୍ବର ୩୦ରେ ସ୍ବିଡେନ୍‌ର ଏକ ଅଖ୍ୟାତ ଗଁା ଷ୍ଟେନ୍‌ଷ୍ଟର୍ଫରେ ସେ ଜନ୍ମଗ୍ରହଣ କରିଥିଲେ। ପାଠ ପଢ଼ିବା ସହ ସେ ନିଜର ଏକ ଫାର୍ମ ହାଉସ ମଧ୍ୟ ଚଳାଉଥିଲେ। ଏହି ସମୟରେ ସେ ନିଜର ବୁଦ୍ଧି ବଳରେ ମିଲକ୍‌ ଫ୍ୟାଟ୍‌ ଟେଷ୍ଟର ତିଆରି କରିଥିଲେ। ନିଜର ଗବେଷଣା ଜୀବନ ମଧ୍ୟରେ ସେ ବେଶ୍‌ କେତୋଟି ନୂଆ ନୂଆ ଜିନିଷ ଉଦ୍ଭାବନ କରି ନିଜର ପରିଚୟକୁ ସୁଦୂରପ୍ରସାରୀ କରିବାରେ ସକ୍ଷମ ହୋଇଥିଲେ। ଏଥିପାଇଁ ସେ ବିଶ୍ୱସ୍ତରରେ ସାଉଁଟିଥିଲେ ଅନେକ ପ୍ରଶଂସା। ଗବେଷଣାରେ ନିମଗ୍ନ ରହିବା ସହ ସେ ବିଭିନ୍ନ ଉଚ୍ଚ ପଦପଦବୀରେ ନିଜ ଦାୟିତ୍ୱକୁ ବେଶ୍‌ ସୂଚାରୂ ରୂପେ ତୁଲାଇଥିଲେ। ୧୯୧୨ ତାଙ୍କ ପାଇଁ ଖୁସିର ଖବର ଆଣିଥିଲା। ଏହି ବର୍ଷ ସେ ନୋବେଲ ପୁରସ୍କାର ପାଇଥିଲେ, ହେଲେ ସେହି ବର୍ଷ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୌଷ୍ଟଫ ନିଜର ଦୃଷ୍ଟିଶକ୍ତି ହରାଇଥିଲେ। ୧୯୩୭ ଡିସେମ୍ବର ୯ରେ ସେ ପରଲୋକ ଗମନ କରିଥିଲେ। ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri