ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ ଅଫିସ,୨୫ା୧୧: ଥାନାରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ନେଇ ପୁରୀ ଜିଲା ଚର୍ଚ୍ଚାରେ ରହିଛି। ପୁରୀ ହାଜତ ମୃତ୍ୟୁର ତାତି ଥମି ନ ଥିବାବେଳେ ପିପିଲି ଓ ପୁରୀ ଟାଉନ ଥାନା ପୋଲିସ ନିର୍ଯାତନାର ଅଭିଯୋଗ ଆସିଛି। ଏହି ଦୁଇଟି ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଦାୟିତ୍ୱ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂଙ୍କୁ ଦିଆଯାଇଛି। ମଙ୍ଗଳବାର ଡିଆଇଜି ସିଂ ପୁରୀ ଆସି ତଦନ୍ତ ଆରମ୍ଭ କରିଛନ୍ତି।
ଏହି ଅବସରରେ ଡିଆଇଜି ସିଂ କହିଛନ୍ତି, ପୁରୀ ବିଶ୍ୱର ଏକ ପ୍ରସିଦ୍ଧ ଧାର୍ମିକସ୍ଥଳ। ଏଠାକୁ ଦେଶ ବିଦେଶର ଯାତ୍ରୀ, ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କୁ ସୁରକ୍ଷା ଯୋଗାଇଦେବା ସହିତ ପୁରୀକୁ ଶ୍ରେଷ୍ଠ ଧାମ ଓ ଅପରାଧମୁକ୍ତ କରିବା ପୋଲିସର ମୂଳ ଲକ୍ଷ୍ୟ। ପୁରୀ ଟାଉନ ଥାନା ଏବଂ ପିପିଲି ପୋଲିସ ବିରୋଧରେ ଆସିଥିବା ଥାର୍ଡ ଡିଗ୍ରୀ ଅଭିଯୋଗର ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଯଦି ଆଇନ ପରିଧି ବାହାରକୁ ଯାଇ ପୋଲିସ କିଛି କରିଥିବାର ପ୍ରମାଣ ମିଳେ ତେବେ ନିଶ୍ଚିତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଏହା ସମୟ ସାପେକ୍ଷ। ସବୁଦିଗକୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ଆଇନର କେହି ଦୁରୁପଯୋଗ କିମ୍ବା ଭଙ୍ଗ କଲେ ବରଦାସ୍ତ କରାଯିବ ନାହିଁ। ଅପରପକ୍ଷେ ଅପରାଧୀ ତଥା ବେଆଇନ ନିଶା କାରବାରରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ବଳବତ୍ତର ରହିବ। ଆଇନ ପରିଧି ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୋଲିସର କର୍ତ୍ତବ୍ୟ। ଏ ଦିଗରେ ପୁରୀ ପୋଲିସ ପ୍ରତିଶ୍ରୁତିବଦ୍ଧ। ସେହିପରି ବାସେଳିସାହି ଥାନା ହାଜତ ମୃତ୍ୟୁ ସଂକ୍ରାନ୍ତରେ ପ୍ରତିକ୍ରିୟା ରଖି ଡିଆଇଜି ସିଂ କହିଛନ୍ତି, ଏନ୍‌ଏଚ୍‌ଆର୍‌ସି ଗାଇଡ଼ଲାଇନ ଅନୁଯାୟୀ ଏହାର ତଦନ୍ତ ଚାଲିଛି। ପୋଲିସକୁ ଯେ କୌଣସି ତଥ୍ୟ ମଗାଯିବ ତାହା ଦିଆଯିବ। ପୋଲିସ ସମ୍ପୂର୍ଣ୍ଣ ଭାବେ ଏଥିରେ ସହଯୋଗ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri