ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି

ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ ଯୋଗାଇ ଦିଆଯାଇଥିଲା। ତେବେ ସରକାରଙ୍କ ଗାଇଡ୍‌ଲାଇନ ଉଲ୍ଲଂଘନ କରାଯାଇ ବିନା ଟେଣ୍ଡରରେ ସାମଗ୍ରୀ କିଣାଯିବା ସହ ଏଥିରେ ଅନିୟମିତତା ହୋଇଥିବା ନେଇ ୨୦୨୧ ଜୁଲାଇରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଅଭିଯୋଗ ଆଣିଥିଲେ। ଏହି ଅନିୟମିତତା ସମ୍ପର୍କରେ ସେ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଶାସନ ସଚିବ ଏବଂ ମିଶନ ଶକ୍ତି ନିର୍ଦ୍ଦେଶକଙ୍କ ସମେତ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ତତ୍କାଳୀନ ଜିଲାପାଳ ସନତ୍‌ ମହାନ୍ତି ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀ ଏହାର ତଦନ୍ତ ରିପୋର୍ଟ ଏହି ସମୟରେ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ସାମଗ୍ରୀ କିଣାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ ରହିଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଏହି ଦୁର୍ନୀତିରେ ସମ୍ପୃକ୍ତ ଥିବା ବିଭାଗୀୟ ଅଧିକାରୀ ଅବସର ଗ୍ରହଣ କରିଥିଲେ। ତେବେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଜିଲାପାଳ କୌଣସି ପଦକ୍ଷେପ ଗ୍ରହଣ କଲେ ନାହିଁ। ତତ୍କାଳୀନ ଜିଲାପାଳ ମହାନ୍ତିଙ୍କ ବଦଳି ପରେ ସଂଗ୍ରାମ କେଶରୀ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଥିଲେ। ଏବେ ଜିଲାପାଳ ମହାପାତ୍ରଙ୍କ ମଧ୍ୟ ବଦଳି ହୋଇଯାଇଛି। ଏହା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଗଲାନାହିଁ, ବରଂ ତଦନ୍ତ ରିପୋର୍ଟ ସରକାରୀ ଫାଇଲରେ ଚପିଯାଇଛି।
ବିଧାୟକ ରାଉତରାୟଙ୍କ ଅଭିଯୋଗ ମୁତାବକ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶନାମା ଅନୁସାରେ ସମଗ୍ର ରାଜ୍ୟରେ ଜିଲା ମଙ୍ଗଳ ଅଧିକାରୀଙ୍କ ଜରିଆରେ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଟେବୁଲ, ଚେୟାର, ଓ୍ବାଟର ଫିଲ୍ଟର ସାମଗ୍ରୀ କିଣାଯାଇ ଯୋଗାଇ ଦିଆଯିବ। ଏହି ସାମଗ୍ରୀ କେବଳ ଜିଲା କ୍ରୟ କମିଟି ଇ-ପୋର୍ଟାଲ ଜରିଆରେ ଗ୍ଲୋବାଲ ଟେଣ୍ଡର କରିବାର ନିୟମ ରହିଛି। ଜିଲା ମଙ୍ଗଳ ଅଧିକାରୀ ଗ୍ଲୋବାଲ ଟେଣ୍ଡର ପରିବର୍ତ୍ତେ ୩ଟି ସଂସ୍ଥାକୁ ଅନୁକମ୍ପା ଦେଖାଇ ସାମଗ୍ରୀ କିଣିବାକୁ ଅନୁମତି ଦେଇଥିଲେ। ସମ୍ପୃକ୍ତ ସଂସ୍ଥା ଟାଙ୍ଗୀ ସିଡିପିଓ ଅଫିସକୁ ୨୫୩ ଅଙ୍ଗନଓ୍ବାଡି କେନ୍ଦ୍ରରୁ ୪, ବୋଲଗଡ଼ ସିଡିପିଓଙ୍କୁ ୨୨୮ଟି କେନ୍ଦ୍ରରୁ ୮୦ଟି କେନ୍ଦ୍ରକୁ ସାମଗ୍ରୀ ଦିଆଯାଇଛି। ସିଡିପିଓ ବିଏମ୍‌ସି-୨ର ୧୦୨ଟି କେନ୍ଦ୍ରରୁ ମାତ୍ର ୨୦ଟି କେନ୍ଦ୍ରକୁ ସାମଗ୍ରୀ ଦେଇଛନ୍ତି। ତେବେ ସମ୍ପୂର୍ଣ୍ଣ ସାମଗ୍ରୀ ଯୋଗାଣ କରି ନ ଥିବା ବେଳେ କିପରି ଉକ୍ତ ସଂସ୍ଥାଗୁଡ଼ିକୁ ସମ୍ପୂର୍ଣ୍ଣ ଟଙ୍କା ପଇଠ କରାଯାଇଛି ବୋଲି ରାଉତରାୟ ପ୍ରଶ୍ନ କରିଛନ୍ତି। ଏହି ଘଟଣାର ତଦନ୍ତ କରାଯାଇ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ସମ୍ପୃକ୍ତ ସଂସ୍ଥାକୁ କଳା ତାଲିକାଭୁକ୍ତ କରିବା ଲାଗି ରାଉତରାୟ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri