ହମାସକୁ ଶେଷ କରିବା ପ୍ରତିଜ୍ଞାକୁ ପୁଣି ଦୋହରାଇଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

ଜେରୁଜେଲମ,୧୨।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଗୋଟିଏ ମାସ ବିତିଗଲା। ଏହାର ପ୍ରତିଶୋଧ ନେଇ ଇସ୍ରାଏଲ ଶହ ଶହ ହମାସ ଆତଙ୍କବାଦୀଙ୍କୁ ହତ୍ୟା କରିଛି। ଏହା ସହିତ ଗାଜା ଷ୍ଟ୍ରିପରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଏହି ସମୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପୁଣି ଥରେ ହମାସକୁ ହଟାଇବା ପାଇଁ ଦେଇଥିବା ପ୍ରତିଶ୍ରୁତିକୁ ଦୋହରାଇଛନ୍ତି। ଗାଜାରେ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ନେଇ ବିଶ୍ୱ ସମାଲୋଚନାର ସମ୍ମୁଖୀନ ହେଉଥିବା ନେତାନ୍ୟାହୁ ହମାସକୁ ଧ୍ୱଂସ କରିବାକୁ ଶପଥ ନେଇଛନ୍ତି ଏବଂ ଆବଶ୍ୟକ ସ୍ଥଳେ ବିଶ୍ୱ ବିରୁଦ୍ଧରେ ଦୃଢ ଭାବରେ ଠିଆ ହେବେ ବୋଲି ଟାଇମ୍ସ ଅଫ ଇସ୍ରାଏଲ ରିପୋର୍ଟ କରିଛି।
ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଏବଂ ମନ୍ତ୍ରୀ ବେନି ଗାଣ୍ଟଜ ମଧ୍ୟ ପାଶ୍ଚାତ୍ୟ ନେତାମାନଙ୍କୁ ୟିହୁଦୀ ରାଜ୍ୟକୁ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି। ଏହା ସହିତ ସେ କହିଛନ୍ତି ଯେ ଆମର ବିଜୟର ଅର୍ଥ ହେଉଛି ସମଗ୍ର ମୁକ୍ତ ବିଶ୍ୱ ପାଇଁ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri