ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ନିର୍ମାଣ ପ୍ରସଙ୍ଗ: ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ ତାଗିଦ୍‌

ପୁରୀ ଅଫିସ,୧୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିଷିଦ୍ଧାଞ୍ଚଳ ଭଳି ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟ ପାଇଁ ମଧ୍ୟ ଅନୁମୋଦନ ନାହିଁ। ନିୟନ୍ତ୍ରିତ ଅଞ୍ଚଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ଅନୁମୋଦନ ନ ଥିବା ବେଳେ ଏହାର କାମ ଚାଲିଛି। ତେଣୁ ବିନା ଅନୁମୋଦନରେ ହେଉଥିବା କାର୍ଯ୍ୟକୁ ତୁରନ୍ତ ବନ୍ଦ କରିବା ପାଇଁ ପୁରୀ ଓକିଲ ସଂଘ ଦାବି କରିଛି। ନିୟନ୍ତ୍ରିତ ଅଞ୍ଚଳରେ ଚାଲିଥିବା ଶ୍ରୀମନ୍ଦିର ପ୍ରଶାସନିକ କୋଠା ନିର୍ମାଣ କାମ ପରିକ୍ରମା ପ୍ରକଳ୍ପ ଅଧୀନରେ ଆସୁ ନ ଥିବାରୁ ଏଥିପାଇଁ ସ୍ବତନ୍ତ୍ର ଓ ନୂଆ ପ୍ରସ୍ତାବ ପଠାଇବାକୁ ଏନ୍‌ଏମ୍‌ଏ ପୂର୍ବରୁ ଜଣାଇଥିଲା। ମାତ୍ର ପ୍ରଶାସନ ଏନ୍‌ଏମ୍‌ଏର ବିନା ଅନୁମୋଦନରେ କାମ ଜାରି ରଖିଥିଲା। ଫଳରେ ଏନ୍‌ଏମ୍‌ଏ ପୁଣି ଥରେ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖି ତାଗିଦ କରିଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ କୋଠା ନିର୍ମାଣ ଲାଗି ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ କହିଛି।
ଶ୍ରୀମନ୍ଦିରର ଉତ୍ତର-ପୂର୍ବ କୋଣରେ ୪୧୨.୯ ବର୍ଗମିଟର ଜାଗାରେ ୧୪.୧୫୦ ମିଟର ଉଚ୍ଚତା ବିଶିଷ୍ଟ ଶ୍ରୀମନ୍ଦିର କାର୍ଯ୍ୟାଳୟର ପ୍ରଶାସନିକ କୋଠା ନିର୍ମାଣ ପାଇଁ ପ୍ରଶାସନ ଅନୁମତି ମାଗିଥିଲା। ମାତ୍ର ଏନ୍‌ଏମ୍‌ଏ ଶ୍ରୀମନ୍ଦିର କାର୍ଯ୍ୟାଳୟର ଉଚ୍ଚତାକୁ ନେଇ ଆପତ୍ତି ଉଠାଇଥିଲା। ସେହିଭଳି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ପ୍ରଶାସନିକ କୋଠା ପାଇଁ ଅଲଗା ଅଲଗା ଅନୁମତି ମାଗିବା ପାଇଁ ଏନ୍‌ଏମ୍‌ଏ ପ୍ରଶାସନକୁ ଜଣାଇଥିଲା। ଏଥିସହ ପ୍ରଶାସନିକ କୋଠାର ଉଚ୍ଚତା ୧୦ ମିଟର ଭିତରେ ରଖିବା ପାଇଁ ପ୍ରସ୍ତାବ ଦେଇଥିଲା। ତେବେ ଏଭଳି ପ୍ରସ୍ତାବକୁ ଖାତିର ନ କରି ପ୍ରଶାସନ ନିର୍ମାଣ କାର୍ଯ୍ୟ ଜାରି ରଖିଥିଲା। ଓଡ଼ିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକଶନ କର୍ପୋରେଶନ ଲିମିଟେଡ୍‌ (ଓବିସିସି) ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚଳାଇଛି। ଉଲ୍ଲେଖଯୋଗ୍ୟ, ନିଷିଦ୍ଧାଞ୍ଚଳରେ ନିର୍ମାଣ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଡିଜିଙ୍କ ଅନୁମୋଦନ ଆବଶ୍ୟକ ପଡ଼ୁଥିବା ବେଳେ ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ପ୍ରଶାସନିକ କୋଠାର ଅନୁମୋଦନ ନିମନ୍ତେ ଏନ୍‌ଏମ୍‌ଏ ନିର୍ଦ୍ଦେଶକ କିମ୍ବା କମିଶନରଙ୍କ ଅନୁମତି ଦରକାର। ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହୁ ବୋଲି ଆଇନଜୀବୀ ଶରତ ରାୟଗୁରୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri