ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍‌ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ୧୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି। ପର୍ଯ୍ୟାୟକ୍ରମେ ଧର୍ମାନୁଷ୍ଠାନ ଖୋଲିବାକୁ ପରାମର୍ଶ ଦିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର କହିଛନ୍ତି, କୋଭିଡ୍‌ ଦୃଷ୍ଟିକୋଣରୁ ବର୍ତ୍ତମାନ ଶ୍ରୀମନ୍ଦିର ଖୋଲିବା ସ୍ଥିତିରେ ନାହିିଁ। କାର୍ତ୍ତିିକ ମାସ ଏବଂ ନାଗାର୍ଜୁନ ବେଶ ପରେ ସେତେବେଳେ କରୋନାର ସ୍ଥିତି ଦେଖି ଛତିଶା ନିଯୋଗ ଏବଂ ପରିଚାଳନା କମିଟି ଯାହା ନିଷ୍ପତ୍ତି ନେବ ତାହା ହିଁ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ସେହିପରି ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି, ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ ଆଧାର କରି ଅନ୍ୟ ମନ୍ଦିର ଖୋଲାଯିବା ଦରକାର। ଜୀବନ ସହ ଜୀବିକାକୁ ବି ଦେଖିବାକୁ ପଡ଼ିବ। କିନ୍ତୁ ଶ୍ରୀମନ୍ଦିରକୁ ଅନ୍ୟ ମନ୍ଦିର ସହ ତୁଳନା କରା ନ ଯାଉ। ଆଗକୁ ଦଶହରା, କାର୍ତ୍ତିିକ ମାସ, ନାଗାର୍ଜୁନ ବେଶ, ଡିସେମ୍ବର ୨୫ ଓ ନୂଆବର୍ଷ ରହିଛି। ତେଣୁ ଲକ୍ଷ ଲକ୍ଷ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବ। କୋଭିଡ୍‌ ଗାଇଡ୍‌ଲାଇନକୁ ଅନୁପାଳନ କରି କିପରି ଭକ୍ତଙ୍କ ଦର୍ଶନ ସମ୍ଭବ ତାହାକୁ ଚିନ୍ତା କରିବାକୁ ପଡ଼ିବ।

ସେବାୟତଙ୍କ ମତ ଲୋଡ଼ିବେ ମୁଖ୍ୟ ପ୍ରଶାସକ

ସର୍ବସାଧାରଣଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ମନ୍ଦିର ପ୍ରଶାସନ ପକ୍ଷରୁ ଏ ଦିଗରେ ତତ୍ପରତା ପ୍ରକାଶ କରିଛି। ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ମନ୍ଦିର ଖୋଲିବା ନେଇ ବିଭିନ୍ନ ସେବାୟତ ନିଯୋଗ ଏବଂ ଅନ୍ୟ ଅଂଶୀଦାରଙ୍କ ମତାମତ ନେବେ। କୋଭିଡ୍‌ କଟକଣା ଯୋଗୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପର୍ଯ୍ୟାୟକ୍ରମେ ମତାମତ ସଂଗ୍ରହ ଓ ବିଚାର ବିମର୍ଶ କରିବେ। ଶୁକ୍ରବାର ପରେ ପୁଣି ଆସନ୍ତା ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri