‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି। ଏଥିପାଇଁ ପୋଲିସ ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କୁ ଭାଜପା ଦାୟୀ କରିଛି। ସୁନ୍ଦରଗଡ଼ ଓ ପୁରୀରେ ହାଜତ ମୃତ୍ୟୁକୁ ନେଇ ଗୁରୁବାରକୁ କଳା ଦିବସ ଘୋଷଣା କରିଛନ୍ତି ପ୍ରଦୀପ୍ତ। ସେ କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିିଛି। ଏହି ଘଟଣାକୁ ଭାଜପା ନିନ୍ଦା କରୁଛି। ପୋଲିସର ଏଭଳି ଆଚରଣକୁ ତୀବ୍ର ବିରୋଧ କରୁଛୁ। ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ସହ ସିଟିଂ ଜଜ୍‌ଙ୍କ ଦ୍ୱାରା ଏହାର ତଦନ୍ତ କରାଯାଉ। ପୁରୀ ଏସ୍‌ପିଙ୍କୁ କାର୍ଯ୍ୟାନ୍ତର ସହ ତାଙ୍କୁ ଅନ୍ୟ କୌଣସି ଜିଲାରେ ଏହି ପଦବୀରେ ରଖା ନ ଯାଉ। ଏହି ପ୍ରସଙ୍ଗକୁ ଭାଜପା ବିଧାନସଭାରେ ଉଠାଇବ ବୋଲି ପ୍ରଦୀପ୍ତ କହିଛନ୍ତି। ସେହିପରି ବିଧାୟକ ଜୟନାରାୟଣ ମିଶ୍ର ଏହି ଘଟଣାରେ ଏସ୍‌ପିଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ୩୦୨ ଦଫାରେ ମାମଲା ରୁଜୁ କରି ଗିରଫ କରାଯାଉ। ଫଳରେ ଭବିଷ୍ୟତରେ ଯେପରି ଆଉକେହି ଏଭଳି କାମ କରିବାକୁ ସାହସ କରିବେ ନାହିଁ। ବିଧାୟକ ଜୟନ୍ତ ଷଡ଼ଙ୍ଗୀ କହିଛନ୍ତି,ଏହା ପୋଲିସର ବର୍ବରତା। ବୋଧେ ପାକିସ୍ତାନ ଲୋକେ ପୁରୀକୁ ପଳାଇ ଆସିଥିବା ଭାବି ପୋଲିସ ଏଭଳି କାର୍ଯ୍ୟାନୁଷ୍ଠାନ କଲା। ଭାଜପାର ଏହି ପ୍ରତିନିଧି ଦଳରେ ଥିବା ଜିଲା ସଭାପତି ଆଶ୍ରିତ ପଟ୍ଟନାୟକ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, କୁସୁମ ଟେଟେ ପ୍ରମୁଖ ଏସ୍‌ପିଙ୍କ ଅଫିସ୍‌ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ମୃତକଙ୍କ ପରିବାରକୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?