ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍‌ଓୟୁରେ ସ୍ବାକ୍ଷର କରିଥିବେ ସେମାନେ ସରକାରଙ୍କ ଜାନୁୟାରୀ ୯ତାରିଖରେ ପ୍ରକାଶିତ ବିଜ୍ଞପ୍ତିକୁ ମାନିବେ। ଏହାବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଘରୋଇ ସ୍କୁଲ ୨୦୧୯-୨୦ ଶିକ୍ଷା ବର୍ଷରେ ଆଦାୟ କରିଥିବା ଦେୟର ୧୫% ରିହାତିରେ ପିଲାଙ୍କ ଠାରୁ ୨୦୨୦-୨୧ ଶିକ୍ଷା ବର୍ଷରେ ଫି’ ଆଦାୟ କରିବେ। ଯେଉଁ ଅଭିଭାବକମାନେ ପୂର୍ବରୁ ସମସ୍ତ ଦେୟ ପୈଠ କରିସାରିଥିବେ, ସେମାନଙ୍କ ପାଇଁ ଉକ୍ତ ରିହାତି ଫି’ ପରବର୍ତ୍ତୀ ଦେୟରୁ କାଟି ଦିଆଯିବାକୁ ନିର୍ଦ୍ଦେଶ ରହିଛି। ଏପରି କି ଯେଉଁ ଛାତ୍ରୀଛାତ୍ରମାନେ ଦଶମ ଓ ଦ୍ୱାଦଶ ପରୀକ୍ଷା ଦେବାକୁ ଥିବେ, ସେମାନଙ୍କୁ ୨୦୨୦-୨୧ ଶିକ୍ଷା ବର୍ଷରେ ସ୍କୁଲ ଦେୟ ଦେଇ ନ ଥିବା କାରଣ ଦର୍ଶାଇ ବିଦ୍ୟାଳୟ କର୍ତ୍ତୃପକ୍ଷ ପାଠପଢ଼ାରୁ ନିବୃତ୍ତ କରିପାରିବେ ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିକୁ ସମସ୍ତ ଘରୋଇ ବିଦ୍ୟାଳୟର ପରିଚାଳନା କର୍ତ୍ତୃପକ୍ଷ ଏବଂ ଅଭିଭାବକ ସଂଘ ମାନିବାକୁ ନିର୍ଦ୍ଦେଶ ରହିଛି। ଅପରପକ୍ଷରେ ଓଡ଼ିଶା ଅଭିଭାବକ ମହାସଂଘ ରାଜ୍ୟ ସରକାରଙ୍କ ଏହି ବିଜ୍ଞପ୍ତିକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛି। ମହାସଂଘର କହିବା ଅନୁଯାୟୀ କେଉଁ ଫି ’ଉପରେ ଦେୟ ଛାଡ଼ ହେବ ତାହା ପ୍ରଥମେ ସରକାର ନିଶ୍ଚିତ କରନ୍ତୁ। ଏପରି କି ସ୍କୁଲ ଖୋଲିବା ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି କାର୍ଯ୍ୟ କରିବା କଥା, ଏହାକୁ ନ ଲେଖି ୨୦୨୧-୨୨ରୁ ସମ୍ପୂର୍ଣ୍ଣ ଫି’ ଆଦାୟ କରିବାକୁ କିପରି କୁହାଯାଇଛି। ଏଥିସହ ୧୯୯୬ ରିଜୋଲ୍ୟୁଶନ ଅନୁସାରେ ସ୍କୁଲ ସୁବିଧା ଦେଖି ରାଜ୍ୟ ସରକାର ଫି’ ଘୋଷଣା କରନ୍ତୁ ଏବଂ ତା’ର ୧୫% କାଟନ୍ତୁ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri