ସ୍ତ୍ରୀଙ୍କୁ ଟ୍ରଲିରେ ନେବା ପ୍ରସଙ୍ଗ: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀ ବ୍ଲକର କବୀର ଭୋଇ ସ୍ତ୍ରୀଙ୍କୁ ପୁରୀରୁ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ନିଜେ ଟ୍ରଲିରେ ବୋହିନେବା ଘଟଣା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପାରଗତାକୁ ପଦାରେ ପକାଇଛି। ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ଏହା ଏକ ନମୁନା ମାତ୍ର ବୋଲି ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ରାଜ୍ୟରେ ଆନ୍ଦୋଳନକୁ ଓହ୍ଲାଇବ। କଂଗ୍ରେସ ଭବନରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରସାଦ କହିଛନ୍ତି, ୧୦୮ ଆମ୍ବୁଲାନ୍ସ ସେବା କାହା ସ୍ବାର୍ଥରେ ବ୍ୟବହାର କରାଯାଉଛି। କବୀରଙ୍କ ପରିବାରବର୍ଗଙ୍କୁ ସରକାର ୨୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରନ୍ତୁ। ଏ ସମସ୍ତ ଘଟଣାକୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଜ ଆଡୁ ଉଚ୍ଚସ୍ତରୀୟ ନିରପେକ୍ଷ ତଦନ୍ତକରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଦାନ ମାଝି ଘଟଣାଠାରୁ ସରକାର କ’ଣ ଶିଖିଲେ ବୋଲି ପ୍ରସାଦ ପ୍ରଶ୍ନ କରିବା ସହିତ ଆଗାମୀ ଦିନରେ ସାଧାରଣ ଜନତା ଏହାର ଜବାବ ଦେବେ ବୋଲି କହିଛନ୍ତି। ଏହି ଅବସରରେ ମୁଖପାତ୍ର ନିଶିକାନ୍ତ ମିଶ୍ର ପୁରୀ ମୁଖ୍ୟ ଚିକିତ୍ସାଳୟର ଡାକ୍ତରଙ୍କ ଭୂମିକାକୁ ନେଇ ପ୍ରଶ୍ନ କରିଛନ୍ତି। ପୁରୀ ଡାକ୍ତରଖାନାକୁ ମେଡିକାଲ କଲେଜ କରିବା ପାଇଁ ସରକାର ଭିତ୍ତିଭୂମି ପ୍ରସ୍ତୁତି କରୁଥିବା ସ୍ଥଳେ ସୁକାନ୍ତୀଙ୍କ ରୋଗ ଚିହ୍ନଟ ନ କରିପାରି ଅଧିକ ଚିକିତ୍ସା ଲାଗି କଟକ କିମ୍ବା ଭୁବନେଶ୍ୱର ପଠାଇବା ପରିବର୍ତ୍ତେ କ’ଣ ପାଇଁ ଘରକୁ ପଠାଇ ଦେଲେ ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri