ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଗାଏବ ପ୍ରସଙ୍ଗ : ବୟାନ ରଖିଲେ ଅଭିଯୋଗକାରୀ ସେବାୟତ

ପୁରୀ ଅଫିସ, ୭।୮: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଗାଏବ ଘଟଣାରେ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଅଭିଯୋଗକାରୀ ସେବାୟତ ଈପ୍‌ସିତ ପ୍ରତିହାରୀ ବୟାନ ରଖିଛନ୍ତି। ଏହି ପ୍ରସଙ୍ଗରେ ବୟାନ ରଖିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଈପ୍‌ସିତଙ୍କୁ ନୋଟିସ୍‌ ଦିଆଯାଇଥିଲା। ତେଣୁ ନିର୍ଦ୍ଧାରିତ ସମୟରେ ଈପ୍‌ସିତ ଶ୍ରୀମନ୍ଦିର ରାଜସ୍ବ ଉପପ୍ରଶାସକ ସୁବ୍ରତ କୁମାର ବେହେରାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କର ଲିଖିତ ବୟାନ ରଖିଛନ୍ତି।
ଈପ୍‌ସିତ ରାଜସ୍ବ ଉପପ୍ରଶାସକଙ୍କୁ ଦେଇଥିବା ଲିଖିତ ବୟାନରେ ଦର୍ଶାଇଛନ୍ତି ଯେ, ଗତ ଜୁଲାଇ ୬ ତାରିଖରେ ତାଙ୍କର ମନ୍ଦିରରେ ପାଳି ଥିଲା। ସେହି ସମୟରେ ସେ ରତ୍ନସିଂହାସନରେ ପଦ୍ମଖୋଦିତ ପ୍ରାୟ ୨ଇଞ୍ଚର ପଥର ଭାଙ୍ଗିଯାଇଥିବା ଦେଖିଥିଲେ। ଏ ନେଇ ସେ ଅନ୍ୟ ସେବାୟତଙ୍କ ସହ ଆଲୋଚନା କରି ଏହା ପରଦିନ ପଦ୍ମଖୋଦିତ ପଥର ଗାଏବ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଅଭିଯୋଗପତ୍ର ପଠାଇଥିଲେ। ଏହାପରେ ଗଣମାଧ୍ୟମ ସମ୍ମୁଖରେ ସେ ଏ ସମ୍ପର୍କରେ କହିଥିଲେ। ସେହି ସ୍ଥାନରେ ପ୍ରକୃତ ପଦ୍ମଖୋଦିତ ପଥର ବଦଳରେ ଅପ୍ରାକୃତିକ ଭାବେ ଯୋଡ଼ାଯାଇଥିବା ଏବଂ ଏକ ଗର୍ତ୍ତ ହୋଇଥିବା ଦେଖିଛନ୍ତି। ଏହି ପଥର କେବେ ଗାଏବ ହୋଇଛି ସେ ଜାଣିନାହାନ୍ତି। କିନ୍ତୁ ଅପ୍ରାକୃତିକ ଭାବେ ମରାମତି ହୋଇଥିବା ଜଣାପଡୁଛି। ରଥଯାତ୍ରା ଆରମ୍ଭରୁ ନୀଳାଦ୍ରି ବିଜେ ସମୟ ମଧ୍ୟରେ ଏଏସ୍‌ଆଇ ଦ୍ୱାରା ମରାମତି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ମରାମତି ଦାୟିତ୍ୱ ଦେବା ଏବଂ ମରାମତି ପରେ ଏଏସ୍‌ଆଇ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିବାବେଳେ ଏହା କିପରି ଜଣାପଡ଼ିିଲା ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଏ ବିଷୟରେ ଗତ ମାସ ୧୦ ତାରିଖରେ ଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଥିବା ସେ ଲିଖିତ ବୟାନରେ ଦର୍ଶାଇଛନ୍ତି।
ସୂଚନାଯୋଗ୍ୟ, ଜୁଲାଇ ୭ରେ ଈପ୍‌ସିତ ଗଣମାଧ୍ୟମରେ ଏହି ଅଭିଯୋଗ ରଖିଥିଲେ। ଏହାପରେ ଖୋଳତାଡ଼ ଆରମ୍ଭ ହୋଇଥିଲା। ପରିଚାଳନା କମିଟିର ୨ ସେବାୟତ ସଦସ୍ୟ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ଏଏସ୍‌ଆଇ ଅଧିକାରୀ ପ୍ରମୁଖ ଏହାର ଅନୁଧ୍ୟାନ କରିଥିଲେ। ଏଏସ୍‌ଆଇଠାରୁ ରତ୍ନସିଂହାସନର ପୁରୁଣା ଫଟୋକପି ମଗାଯାଇଥିଲା। ଏଏସ୍‌ଆଇ ସମସ୍ତ ଫଟୋ ସହ ପରେ ରିପୋର୍ଟ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri