ମହାପ୍ରଭୁଙ୍କ ରୋଷେଇରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ

ପୁରୀ,୧।୧୦: ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାରକୁ ନେଇ ମଙ୍ଗଳବାର ପ୍ରଶାସନ ବନ କାର୍ଯ୍ୟାନୁଷ୍ଠାନ ନେଇଛି। ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଜଣେ ପାଳିଆ ସେବକ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଏମାନଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କାର୍ଯ୍ୟାନୁଷ୍ଠାନ ନେଇ ସୂଚନା ଦେଇଛନ୍ତି। ମହାପ୍ରଭୁଙ୍କ ସେବାରେ ପରମ୍ପରା ବର୍ହିଭୂତ କାର୍ଯ୍ୟ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।

ସୂଚନାଯୋଗ୍ୟ,ଶ୍ରୀମନ୍ଦିରରେ ମାଟିକୁଡୁଆ ପରିବର୍ତ୍ତେ ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ ହେଉଛି। ଏହାଦ୍ୱାରା ଶ୍ରୀମନ୍ଦିର ସତ୍ତ୍ୱଲିପି ତଥା ପରମ୍ପରାର ଉଲ୍ଲଂଘନ ହେଉଛି। ଏଭଳି ଅଭିଯୋଗ ଆଣିବା ସହ ଏ ନେଇ ଆପତ୍ତି ଉଠାଇଥିଲା ସୁଆର ମହାସୁଆର ନିଯୋଗ। ସମ୍ପୃକ୍ତ ସେବାୟତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଥିଲା। ଅନ୍ୟପକ୍ଷରେ ଏ ସଂକ୍ରାନ୍ତରେ ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିଲା।

ପରମ୍ପରା ଅନୁଯାୟୀ, ଲୁହାକଡ଼େଇରେ କେବଳ ଅମାଲୁ ଓ ପିଠାଜାତୀୟ ଭୋଗ ପ୍ରସ୍ତୁତ କରାଯାଇଥାଏ। ମାଟିକୁଡୁଆରେ ସମସ୍ତ ମହାପ୍ରସାଦ ପ୍ରସ୍ତୁତ କରାଯାଏ। ତେବେ କୁଡୁଆ ଅଭାବ ଆଳରେ କେତେଜଣ ସୁଆର ସେବକ ମହାପ୍ରଭୁଙ୍କ ପରମ୍ପରା ଭାଙ୍ଗି ଲୁହା କଡ଼େଇରେ ମହାପ୍ରସାଦ ପ୍ରସ୍ତୁତ କରୁଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?