ଆଇଟିଆର୍‌ ଫାଇଲିଂ ଅବଧି ବଢ଼ିଲା

ନୂଆଦିଲ୍ଲୀ: ଆୟକର ବିଭାଗ ପକ୍ଷରୁ ଆସେସ୍‌ମେଣ୍ଟ ବର୍ଷ ୨୦୧୯-୨୦ (ଆର୍ଥତ୍କ ବର୍ଷ ୨୦୧୮-୧୯) ଲାଗି ଆୟକର ରିଟର୍ନ (ଆଇଟିଆର୍‌) ଫାଇଲିଂ କରିବାର ସୀମାକୁ ବୁଧବାର ବୃଦ୍ଧି କରାଯାଇଛି। ଏଥିଲାଗି ଅବଧି ସେପ୍ଟେମ୍ବର ୩୦ ଯାଏ ରହିଥିବା ବେଳେ ଏହାକୁ ନଭେମ୍ବର ୩୦ ଯାଏ ବଢ଼ାଯାଇଛି। କୋଭିଡ୍‌-୧୯ ଯୋଗୁ ଲୋକମାନେ ବର୍ତ୍ତମାନ ସମସ୍ୟାରେ ରହିଥିବାରୁ ବିଭାଗ ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା ଜଣାପଡିଛି। ଆୟକର ବିଭାଗ ଟୁଇଟ ଯୋଗେ କହିଛି ଯେ, କୋଭିଡ୍‌ ଯୋଗୁ ଲୋକମାନେ ସମସ୍ୟାରେ ରହିଛନ୍ତି। ଏଭଳି ବିଭିନ୍ନ ଦିଗକୁ ବିଚାରକରି ଟିକସଦାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ଆୟକର ବିଭାଗର ନୀତି ନିର୍ଦ୍ଧାରଣକାରୀ ସଂସ୍ଥା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଏଭଳି ପଦକ୍ଷେପ ହାତକୁ ନିଆଯାଇଥିବା କୁହାଯାଇଛି। ସୂଚନା ଯୋଗ୍ୟ, ୨୦୧୮-୧୯ ଆଇଟିଆର୍‌ ଫାଇଲିଂ କରିବାର ଅବଧିକୁ ସରକାର ବର୍ତ୍ତମାନ ସୁଦ୍ଧା ୪ଥର ବୃଦ୍ଧି କରିଛନ୍ତି। ଆଇଟିଆର୍‌ ପଇଠ କରିବା ଲାଗି ଟିକସଦାତାଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ଏବଂ ଇ-ମେଲ୍‌ ପଠାଯାଉଛି। ଅନ୍ୟ ଏକ ବିଜ୍ଞପ୍ତିରେ ଆୟକର ବିଭାଗ ପକ୍ଷରୁ କୁହାଯାଇଛି ଯେ, ଚଳିତ ବର୍ଷ ସେପ୍ଟେମ୍ବର ୨୯ ସୁଦ୍ଧା ୩୩ ଲକ୍ଷ ଟିକସଦାତାଙ୍କୁ ୧.୧୮ ଲକ୍ଷ କୋଟି ଟଙ୍କାର ରିଫଣ୍ଡ ପ୍ରଦାନ କରାଯାଇଛି। ଏହା ମଧ୍ୟରେ ୩୨, ୨୩୦ କୋଟି ଟଙ୍କାର ବ୍ୟକ୍ତିଗତ ଆୟକର ରିଫଣ୍ଡ ରହିଥିବା ବେଳେ ୮୬,୦୯୪ କୋଟି ଟଙ୍କାର କର୍ପୋରେଟ ଟିକସ ରିଫଣ୍ଡ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri