ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର ଗଢି ପୂଜାର୍ଚ୍ଚନା କରୁଛନ୍ତି। କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥ ଏବେ ବ୍ରିଟେନ୍‌ (ୟୁକେ)ରେ ମଧ୍ୟ ପୂଜା ପାଇବେ। ୟୁକେର ସିଟି ଅଫ୍‌ ବାଥ୍‌ରେ ମହାପ୍ରଭୁଙ୍କ ଭବ୍ୟ ମନ୍ଦିର ନିର୍ମାଣ ହେବ। ଏଥିପାଇଁ ସେଠାରେ ରହୁଥିବା କେତେଜଣ ଓଡ଼ିଆ ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କ ବିଗ୍ରହ, ଫୁଲ, ତୁଳସୀ ଓ ମହାପ୍ରସାଦ ନେଇଛନ୍ତି।
ସିଟି ଅଫ୍‌ ବାଥ୍‌ରେ ରହୁଥିବା ଓଡ଼ିଆମାନେ ଏକାଠି ହୋଇ ଏହି ମନ୍ଦିର ନିର୍ମାଣ ପରିକଳ୍ପନା କରିଛନ୍ତି। ତେବେ କିଭଳି ବିଧି ବ୍ୟବସ୍ଥା ମଧ୍ୟରେ ଏହା ନିର୍ମାଣ କରାଯିବ ସେଥିଲାଗି ପରାମର୍ଶ ନେବାକୁ ମନ୍ଦିର କମିଟି କର୍ମକର୍ତ୍ତା ପୁରୀ ଆସିଛନ୍ତି। ସେମାନେ ଶନିବାର ଜଗଦ୍‌୍‌ଗୁରୁ ଶଙ୍କରାଚାର୍ଯ୍ୟ, ଶ୍ରୀମନ୍ଦିରର ବରିଷ୍ଠ ସେବାୟତଙ୍କଠାରୁ ପରାମର୍ଶ ନେଇଛନ୍ତି। ଗଜପତି ମହାରାଜାଙ୍କଠାରୁ ଅନୁମତି ନେବେ ବୋଲି କହିଛନ୍ତି। ଏହି ଅବସରରେ ବରିଷ୍ଠ ସେବାୟତ ଈପ୍‌ସିତ ପ୍ରତିହାରୀ କର୍ମକର୍ତ୍ତାମାନଙ୍କୁ ମହାପ୍ରଭୁଙ୍କ ବିଗ୍ରହ, ଫୁଲ, ତୁଳସୀ ଓ ମହାପ୍ରସାଦ ପ୍ରଦାନ କରିଛନ୍ତି। କମିଟି ସଦସ୍ୟ ଅଜିତ କୁମାର ନନ୍ଦ କହିଛନ୍ତି, ବ୍ରିଟେନ୍‌ରେ ଶ୍ରୀଜଗନ୍ନାଥ ସଂସ୍କୃତି ପହଞ୍ଚାଇବା ଲାଗି ଉଦ୍ୟମ କରିଛୁ। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁ ଏଥିରେ ନିଶ୍ଚିତ ସଫଳ ହେବୁ। ପୁରୀ ଶ୍ରୀମନ୍ଦିର ରୀତିନୀତି ଅନୁଯାୟୀ ସେଠାରେ ଠାକୁରଙ୍କ ନୀତିକାନ୍ତି ଓ ସେବାପୂଜା କରାଯିବ। ପୁରୀ ରଥଯାତ୍ରା ଭଳି ସେଠାରେ କିଛିବର୍ଷ ହେଲା ରଥଯାତ୍ରା କରାଯାଇଆସୁଛି। ତେବେ ଅଦିନିଆ ରଥଯାତ୍ରା ନ କରିବା ଉପରେ ଗୁରୁତ୍ୱ ଦିଆଯିବ ବୋଲି ନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri