Posted inଭଦ୍ରକ

ସୌନ୍ଦର୍ଯ୍ୟ ହରାଉଛି ଯଗୁସାଗର ପୋଖରୀ

ଦୋବଲ, ୩ା୧୨( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ସ୍ଥିତ ସର୍ବ ପୁରାତନ ଓ ଐତିହାସିକ ଯଗୁସାଗର ପୋଖରୀ ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଜମିଦାରୀ ପ୍ରଥା ଉଚ୍ଛେଦ ପରେ ଏହି ପୋଖରୀ ସରକାରଙ୍କ ମତ୍ସ୍ୟ ବିଭାଗ ଅଧୀନରେ ରହିଛି। ହେଲେ ଦୀର୍ଘବର୍ଷ ହେବ ବିଭାଗୀୟ ଉଦାସୀନତା ଯୋଗୁ ପୋଖରୀ ଜବରଦଖଲ ହେବାରେ ଲାଗିଛି। ପୋଖରୀ ଓ ତାର ଚତୁଃପାର୍ଶ୍ୱ ହୁଡ଼ା ପ୍ରାୟ ୧୨ ଏକର ଜମି ରହିଥିବା ବେଳେ ହୁଡ଼ାକୁ କେତେକ ମୁଷ୍ଟିମେୟ ଲୋକ କବ୍‌ଜା କରି ନେଲେଣି। ପୋଖରୀର ଦୁଇପାର୍ଶ୍ୱରେ କେତେକ ଲୋକ କୋଠା ଘର ନିର୍ମାଣ କରି ବସବାସ କରୁଥିବା ବେଳେ ସେସବୁ ଘରର ପାଇଖାନା ଓ ମଇଳା ପାଣି ପୋଖରୀକୁ ଛାଡୁଛନ୍ତି। ଏପରିକି ବଜାରର ଅଳିଆ ଆବର୍ଜନା ମଧ୍ୟ ଏହି ପୋଖରୀରେ ପକାଇବାରୁ ପୋଖରୀ କ୍ରମଶଃ ପୋତି ହେବାକୁ ବସିଲାଣି।
ମତ୍ସ୍ୟ ବିଭାଗ ପକ୍ଷରୁ ପୋଖରୀର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ଏବେ ପୋଖରୀରେ ଅନାବନା ଗଛ ଓ ଦଳ ଭର୍ତ୍ତି ହୋଇ ସମତଳ ଭଳି ଦେଖାଯାଉଛି ା ଫଳରେ ପୋଖରୀ ଦୂଷିତ ହେବା ସହିତ ଏହି ଐତିହାସିକ ପୋଖରୀ ତାର ସୌନ୍ଦର୍ଯ୍ୟକୁ ହରାଉଛି। ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପୋଖରୀର ଉନ୍ନତିକରଣ ପାଇଁ ଚେଷ୍ଟା ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ସ୍ତ୍ରୀ ମଞ୍ଜୁଲତା ମଣ୍ଡଳ ଏମ୍‌ପି ହେବା ପରେ ପ୍ରଥମ ଧାମନଗର ଗସ୍ତ ସମୟରେ ସ୍ଥାନୀୟ ଅଞ୍ଚଳବାସୀ ଓ ବରିଷ୍ଠ ନାଗରିକ ପରିଷଦର ସଦସ୍ୟ ପ୍ରମୁଖ ପୋଖରୀର ପୁନଃଉଦ୍ଧାର ପାଇଁ ଦାବି କରିଥିଲେ। ଏମ୍‌ପି ମଣ୍ଡଳ ପୋଖରୀର ଉନ୍ନତିକରଣ ପାଇଁ ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ା ଏ ସମ୍ପର୍କରେ ଏମ୍‌ପି ମଣ୍ଡଳ ନଗର ଉନ୍ନୟନ ବିଭାଗ ସହିତ ଆଲୋଚନା କରିଛନ୍ତି ା ଖୁବଶୀଘ୍ର ପୋଖରୀର ପୁନରୁଦ୍ଧାର ସହିତ ତାର ସୌନ୍ଦର୍ଯ୍ୟକରଣ ଓ ଆକର୍ଷିତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୧ କୋଟି ଟଙ୍କା ବ୍ୟୟ କରାଯିବାର ପ୍ରସ୍ତାବ ରହିଛି ା ତେବେ ନିକଟରେ ଏମ୍‌ପି ମଣ୍ଡଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉକ୍ତ ପୋଖରୀର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଏକ ନିବେଦନ ପତ୍ର ପ୍ରଦାନ କରିଥିବା ସୂଚନା ମିଳିଛି। ଏଣୁ ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri