ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟିଛି। ଧାନ ଓ ପରିବା ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଗମନାଗମନ ବାଧାପ୍ରାପ୍ତ ହୋଇଛି।
ଅନୁଯାୟୀ, ଜିଲାର ଶୁଳିଆପଦା ବ୍ଳକରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଜିଲାର ଶୁଳିଆପଦା ବ୍ଳକରେ ୨୦୫ମିମି, କୁଳିଅଣାରେ ୧୭୪ମିମି, ସାରସକଣାରେ୧୧୧ମିମି, ବାଙ୍ଗରିପୋଷିରେ ୮୩.୪ମିମି, ବହଳଦାରେ ୫୭.୨ମିମି ଓ ତିରିଂରେ୧୧୬.୨ମିମି ବର୍ଷା ହୋଇଛି। ଫଳରେ ରାସଗୋବିନ୍ଦପର ବ୍ଳକ ଦେଇ ପ୍ରବାହିତ ହେଉଥିବା ଜମ୍ଭୀର ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ୧୪ଟି ଗାଁ ପାଣି ଘେରରେ ରହିଛି ା
ସେଥିମଧ୍ୟରେ ରାସଗୋବିନ୍ଦପୁର ପଞ୍ଚାୟତର କାଟୁନୀ, ତୋଟାପଡା ପଂଚାୟତର ମୋରଡା ଓ ହାଣ୍ଡିଧୁଆ, ରାଘବପୁର ପଞ୍ଚାୟତର ଏକତାଳୀ, ସାତଶହଗଡିଆ, ଭୈରଙ୍ଗୀ, ସାନମାଣିଦା ପଞ୍ଚାୟତର ପଦ୍ମତଳିଆ ଆଦି ଗ୍ରାମ ପାଣି ଘେର ଭିତରେ ରହିଛି ା ପ୍ରଶାସନ ପକ୍ଷରୁ ୨୫୦ରୁ ଉର୍ଦ୍ଧ୍ୱ ପରିବାରର ୨,୯୩୦ଲୋକଙ୍କୁ ଉଦ୍ଧାର କରାଯାଇ ୯ଟି ଆଶ୍ରୟସ୍ଥଳୀରେ ରଖି ଶୁଖିଲା ଓ ରନ୍ଧାଖାଦ୍ୟ ଯୋଗାଇ ଦେଉଛନ୍ତି ା ସେହିପରି ରାଘବପୁର ପଞ୍ଚାୟତ ବଡାମପୁର-ଏକତାଳୀ ନିକଟରେ ଥିବା ବନ୍ଧରେ ଘାଇ ସୃଷ୍ଟି ହୋଇ ୫ଶହ ହେକ୍ଟରରୁ ଉର୍ଦ୍ଧ୍ୱ ଚାଷଜମି ଜଳମଗ୍ନ ହୋଇ ଚାଷ ନଷ୍ଟ ହୋଇଥିବା ଜଣାପଡିଛି। ଓଡ୍ରାଫ ଟିମ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ବିଡିଓ ଅରୁଣ କୁମାର ଖଣ୍ଡା, ତହସିଲଦାର ନିର୍ଲିପ୍ତା ମହାନ୍ତି ଓ ଥାନା ଅଧିକାରୀ ଲୋପାମୁଦ୍ରା ନାୟକ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହି ଲୋକଙ୍କୁ ସଚେତନ କରିବା ସହ ଥଇଥାନ କରୁଛନ୍ତି ା ଘର ମଧ୍ୟରେ ପାଣି ପଶି ଥିବାରୁ ଲୋକେ ରୋଷେଇ କରି ଖାଇବା ସମ୍ଭବ ହୋଇପାରି ନାହିଁ। ସେଥିପାଇଁ ସେହି ଅଞ୍ଚଳର ଲୋକମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ବୋଲି ବିଡିଓ ପରିକ୍ଷୀତ ଜେନା ପ୍ରକାଶ କରିଛନ୍ତି ା
ବନ୍ୟାରେ ପ୍ରଭାବିତ ହୋଇଥିବା ଘର ଗୁଡିକୁ ପଲିଥିନ ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri