Posted inଖେଳ

ଜାପାନ ସମ୍ରାଟ ନରୁହିଟୋ ଅଲିମ୍ପିକ୍ସ ଉଦ୍‌ଘାଟନ କରିପାରନ୍ତି

ଟୋକିଓ,୧୫।୭(ପି.ଟି.): ଜପାନ ସମ୍ରାଟ ନରୁହିଟୋ ଜୁଲାଇ ୨୩ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବେ। ସେ ଅଲିମ୍ପିକ୍ସ ଆରମ୍ଭ ହେଲା ବୋଲି ଘୋଷଣା କରିପାରନ୍ତି ବୋଲି ଏକ ରିପୋର୍ଟରୁ ଏ ନେଇ ସୂଚନା ମିଳିଛି। ନରୁହିଟୋ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବାର ସମ୍ଭାବନା ଥିବାରୁ ଆୟୋଜକମାନେ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରିବାକୁ ପ୍ରୟାସ ଜାରି ରଖିଛି।
ରାଜ ପ୍ରାସାଦରେ ସେ ବିଦେଶୀ ଗଣମାନ୍ୟ ବ୍ୟକ୍ତିଙ୍କ ସହ ସାକ୍ଷାତ କରିବେ। ତେବେ କୋଭିଡ୍‌-୧୯ କାରଣରୁ ପ୍ରାୟ ସବୁ ଇଭେଣ୍ଟ ରୁଦ୍ଧଦ୍ୱାରରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବାରୁ ରାଜ ପରିବାରର ସଦସ୍ୟମାନେ ଅଲିମ୍ପିକ୍ସର ଅନ୍ୟ ଇଭେଣ୍ଟରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଅନୁମାନ କରାଯାଉଛି। ୬୧ ବର୍ଷୀୟ ନରୁହିଟୋ ଟୋକିଓ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସର ସମ୍ମାନସ୍ପଦ ପୃଷ୍ଠପୋଷକ ରହିଛନ୍ତି। ପୂର୍ବରୁ କୋଭିଡ୍‌-୧୯ କାରଣରୁ ଅଲିମ୍ପିକ୍‌ ଆୟୋଜନ ନେଇ ନରୁହିଟୋ ଚିନ୍ତା ପ୍ରକଟ କରିଥିଲେ। ଅଲିମ୍ପିକ୍‌ ଆୟୋଜନ ଦ୍ୱାରା କରୋନ ସଂକ୍ରମଣରେ ବୃଦ୍ଧିଘଟିବ ବୋଲି ସେ ଆଶଙ୍କା ପ୍ରକାଶ କରିଥିଲେ। ତୃତୀୟ ସମ୍ରାଟ ଭାବେ ନରୁହିଟୋ ପୃଷ୍ଠପୋଷକର ଭୂମିକା ଗ୍ରହଣ କରିଛନ୍ତି। ଉଭୟ ଅଲିମ୍ପିକ ଓ ପାରା ଅଲିମ୍ପିକ୍‌ ପାଇଁ ସେ ପ୍ରଥମ ସମ୍ରାଟ ଭାବେ ଏହି ଭୂମିଗା ଗ୍ରହଣ କରିଛନ୍ତି। ତାଙ୍କ ବାପା ଅକିହିଟୋ ୧୯୯୮ ନାଗାନୋ ଓ୍ବିଣ୍ଟର ଅଲିମ୍ପିକ୍ସ ଓ ଜେଜେ ହିରୋହିଟୋ ୧୯୬୪ ଟୋକିଓ ଅଲମ୍ପିକ୍ସ ଓ ୧୯୭୨ ସାପ୍ପୋରୋ ଶୀତକାଳୀନ ଅଲିମ୍ପିକ୍ସ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri