ବିଚ୍ଛିନ୍ନ ହେଲା ଜଟଣୀ-ପୁରୀ ରାସ୍ତା

ଖୋର୍ଦ୍ଧା ଅଫିସ/ ଜଟଣୀ(ଡି.ଏନ.ଏ)୩୧ା୮: ମହାନଦୀ ବନ୍ୟାଜଳ ଦୟା ନଦୀରେ ପ୍ରବେଶ କରିବା ପରେ ସ୍ଥିତି ସଙ୍ଗିନ ହୋଇଛି। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର ରାଜୁଆ ଓ ଦୟା ନଦୀକୁ ସଂଯୋଗ କରୁଥିବା ତିରୁମଲ ରାସ୍ତାରେ ମାଟିବନ୍ଧ ଭାଙ୍ଗି ଶହେ ଫୁଟର ଘାଇ ସୃଷ୍ଟି ହୋଇଛି। ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଖୋର୍ଦ୍ଧା ଓ ପୁରୀ ଜିଲାର ୫୦ରୁ ଉର୍ଦ୍ଧ୍ୱ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ରହିଛି। ଖୋର୍ଦ୍ଧା ଓ ପୁରୀକୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ରବିବାର ଜଟଣୀ, ଖୋର୍ଦ୍ଧା ଓ ଭୁବନେଶ୍ୱର ବ୍ଲକର ତଳି ଅଞ୍ଚଳରେ ଥିବା ତିରିମଲ୍ଲ, ହଳଦିଆ, ଅଳଁା, ବେଣାପଞ୍ଜୁରୀ,ବାଜପୁର ଅଣ୍ଡା, ପ୍ରଭୃତି ୩୦ରୁ ଉର୍ଦ୍ଧ୍ୱ ଗ୍ରାମର ଚାଷଜମିରେ ୫ଫୁଟ ଉଚ୍ଚର ପାଣି ଚାଲିଛି। ପଣ୍ଡିଆବିଲି ଓ ବୁଢାଗରା ଗ୍ରାମର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହିଛନ୍ତି। ପଣ୍ଡିଆବିଲି ବିଦ୍ୟାଳୟ ବୁଡ଼ିଯାଇଛି।
ପ୍ରଶାସନ ପକ୍ଷରୁ ବୋଟ୍‌ ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ଏହି ବ୍ଲକ ଅଧୀନ ପ୍ରଧାନସାହି ପଞ୍ଚାୟତର କଣ୍ଟିଲୋ ମୌଜା ତଳି ଅଞ୍ଚଳରେ ବନ୍ୟା ଜଳ ପଶିଛି। ପ୍ରତିବର୍ଷ ତିରିମଲ ମାଟିବନ୍ଧ ଭାଙ୍ଗି ବନ୍ୟା ପରିସ୍ଥିିତି ସୃଷ୍ଟି ହେଉଛି। ମାଟି ବନ୍ଧ ରାସ୍ତାକୁ ୪୦ଫୁଟ ଓସାର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁ, ଜଟଣୀ ବିଡିଓ ଦିଲୀପ ଷଡ଼ଙ୍ଗୀ ପ୍ରମୁଖ ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବନ୍ୟା ଘେରରେ ଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ, ସ୍ବାସ୍ଥ୍ୟାବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି ଉପଜିଲାପାଳ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri