ବିଚ୍ଛିନ୍ନ ହେଲା ଜଟଣୀ-ପୁରୀ ରାସ୍ତା

ଖୋର୍ଦ୍ଧା ଅଫିସ/ ଜଟଣୀ(ଡି.ଏନ.ଏ)୩୧ା୮: ମହାନଦୀ ବନ୍ୟାଜଳ ଦୟା ନଦୀରେ ପ୍ରବେଶ କରିବା ପରେ ସ୍ଥିତି ସଙ୍ଗିନ ହୋଇଛି। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର ରାଜୁଆ ଓ ଦୟା ନଦୀକୁ ସଂଯୋଗ କରୁଥିବା ତିରୁମଲ ରାସ୍ତାରେ ମାଟିବନ୍ଧ ଭାଙ୍ଗି ଶହେ ଫୁଟର ଘାଇ ସୃଷ୍ଟି ହୋଇଛି। ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଖୋର୍ଦ୍ଧା ଓ ପୁରୀ ଜିଲାର ୫୦ରୁ ଉର୍ଦ୍ଧ୍ୱ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ରହିଛି। ଖୋର୍ଦ୍ଧା ଓ ପୁରୀକୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ରବିବାର ଜଟଣୀ, ଖୋର୍ଦ୍ଧା ଓ ଭୁବନେଶ୍ୱର ବ୍ଲକର ତଳି ଅଞ୍ଚଳରେ ଥିବା ତିରିମଲ୍ଲ, ହଳଦିଆ, ଅଳଁା, ବେଣାପଞ୍ଜୁରୀ,ବାଜପୁର ଅଣ୍ଡା, ପ୍ରଭୃତି ୩୦ରୁ ଉର୍ଦ୍ଧ୍ୱ ଗ୍ରାମର ଚାଷଜମିରେ ୫ଫୁଟ ଉଚ୍ଚର ପାଣି ଚାଲିଛି। ପଣ୍ଡିଆବିଲି ଓ ବୁଢାଗରା ଗ୍ରାମର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହିଛନ୍ତି। ପଣ୍ଡିଆବିଲି ବିଦ୍ୟାଳୟ ବୁଡ଼ିଯାଇଛି।
ପ୍ରଶାସନ ପକ୍ଷରୁ ବୋଟ୍‌ ଓ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ଏହି ବ୍ଲକ ଅଧୀନ ପ୍ରଧାନସାହି ପଞ୍ଚାୟତର କଣ୍ଟିଲୋ ମୌଜା ତଳି ଅଞ୍ଚଳରେ ବନ୍ୟା ଜଳ ପଶିଛି। ପ୍ରତିବର୍ଷ ତିରିମଲ ମାଟିବନ୍ଧ ଭାଙ୍ଗି ବନ୍ୟା ପରିସ୍ଥିିତି ସୃଷ୍ଟି ହେଉଛି। ମାଟି ବନ୍ଧ ରାସ୍ତାକୁ ୪୦ଫୁଟ ଓସାର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁ, ଜଟଣୀ ବିଡିଓ ଦିଲୀପ ଷଡ଼ଙ୍ଗୀ ପ୍ରମୁଖ ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବନ୍ୟା ଘେରରେ ଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ, ସ୍ବାସ୍ଥ୍ୟାବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି ଉପଜିଲାପାଳ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri