ଜୟଦେବ ପୁରସ୍କାର ଅର୍ଥ ରାଶି ବଢ଼ାଇବାକୁ ଦାବି

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଐତିହ୍ୟ କ୍ୟାବିନେଟ୍‌ ବୈଠକରେ ସାହିତ୍ୟ ଏକାଡେମୀ, ସଙ୍ଗୀତ ନାଟକ ଏକାଡେମୀ, ଲଳିତକଳା ଏକାଡେମୀର ସର୍ବୋଚ୍ଚ ପୁରସ୍କାର ରାଶି ପରିମାଣ ୧ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଏକାଡେମୀଗୁଡିକର ପୁରସ୍କାର ବାବଦ ଅର୍ଥ ୫୦ହଜାରରୁ ୨ଲକ୍ଷ ଟଙ୍କାକୁ ବଢାଇବାକୁ ନିଷ୍ପତ୍ତି ହୋଇଛି। ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶା ସିନେକ୍ରିଟିକ୍‌ ଆସୋସିଏଶନ ସ୍ବାଗତ କରିଥିବାବେଳେ ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ‘ଜୟଦେବ ପୁରସ୍କାର’ ବାବଦ ଅର୍ଥରାଶି ୧ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ଦାବି କରାଯାଇଛି। ସଂଘ ସଭାପତି ପ୍ରଦୋଷ ପଟ୍ଟନାୟକ ଓ ସମ୍ପାଦକ ଦିଲୀପ ହାଲି କହିଛନ୍ତି, ୧୯୮୧ରେ ସ୍ବର୍ଗତ କୃଷ୍ଣଚନ୍ଦ୍ର ତ୍ରିପାଠୀଶର୍ମାଙ୍କୁ ପ୍ରଥମ ‘ଜୟଦେବ ପୁରସ୍କାର’ ପ୍ରଦାନ ସମୟରେ ପୁରସ୍କାର ପରିମାଣ ୨୦ହଜାର ଟଙ୍କା ଧାର୍ଯ୍ୟ ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ବୃଦ୍ଧି ପାଇ ୨୫ହଜାର, ୫୦ହଜାର ଓ ୨୦୧୪ରୁ ୧ଲକ୍ଷ ଟଙ୍କା ଧାର୍ଯ୍ୟ ହୋଇଛି। ଏବେ ସରକାର ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର, କବି ସମ୍ରାଟ ଉପେନ୍ଦ୍ରଭଞ୍ଜ ପୁରସ୍କାର ଓ ଧର୍ମପଦ ପୁରସ୍କାର ବାବଦ ଅର୍ଥରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବାବେଳେ ‘ଜୟଦେବ ପୁରସ୍କାର’ ପରିମାଣ ନ ବଢାଇବା ଦୁର୍ଭାଗ୍ୟର ବିଷୟ। ସଂସ୍କୃତି ବିଭାଗ ଏ ଦିଗରେ ପଦକ୍ଷେପ ନେବାକୁ ସଂଘ ଦାବି କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri