ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ରେ ଅନୁଷ୍ଠିତ ହେବ। ଏ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମଧ୍ୟରେ ଅବଧି ବୃଦ୍ଧି ପାଇଁ ବହୁ ଛାତ୍ରୀଛାତ୍ର ଅନୁରୋଧ କରିଥିଲେ। ଏହାପରେ ଦୁଇ ପର୍ଯ୍ୟାୟ ପରୀକ୍ଷା ମଧ୍ୟରେ ୪ ସପ୍ତାହ ଅବଧି ରଖିବା ପାଇଁ ଏନ୍‌ଟିଏକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏବେ ଏନ୍‌ଟିଏ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷାକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନେଇଛି। ଏଥିସହ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ପାଇଁ ଆବେଦନ ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ଗତ ୯ରୁ ୧୨ ତାରିଖ ମଧ୍ୟରେ ଆବେଦନ କରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ନୂଆ ଘୋଷଣା ଅନୁସାରେ, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ତେବେ ଏ ପର୍ଯ୍ୟନ୍ତ ୭.୩୨ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଜେଇଇ ମେନ୍‌ ୨୦୨୧ର ୪ଟି ପର୍ଯ୍ୟାୟ ମଧ୍ୟରୁ ଦୁଇଟି ପର୍ଯ୍ୟାୟ ଫେବୃୟାରୀ ଓ ମାର୍ଚ୍ଚରେ ହୋଇସାରିଛି। ତୃତୀୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୨୭, ୨୮, ୩୦ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମେ’ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାପାଇଁ ସ୍ଥିର ହୋଇଥିଲା। କିନ୍ତୁ କରୋନା ଯୋଗୁ ଏପ୍ରିଲ ଓ ମେ’ ପର୍ଯ୍ୟାୟ ପରୀକ୍ଷାକୁ ଏନ୍‌ଟିଏ ସ୍ଥଗିତ କରିଥିଲା। ଏବେ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦ରୁ ୨୫ ତାରିଖ ପର୍ଯ୍ୟନ୍ତ ଏବଂ ଚତୁର୍ଥ ପର୍ଯ୍ୟାୟ ଅଗଷ୍ଟ ୨୬ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri