ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ରେ ଅନୁଷ୍ଠିତ ହେବ। ଏ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମଧ୍ୟରେ ଅବଧି ବୃଦ୍ଧି ପାଇଁ ବହୁ ଛାତ୍ରୀଛାତ୍ର ଅନୁରୋଧ କରିଥିଲେ। ଏହାପରେ ଦୁଇ ପର୍ଯ୍ୟାୟ ପରୀକ୍ଷା ମଧ୍ୟରେ ୪ ସପ୍ତାହ ଅବଧି ରଖିବା ପାଇଁ ଏନ୍‌ଟିଏକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏବେ ଏନ୍‌ଟିଏ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷାକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନେଇଛି। ଏଥିସହ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ପାଇଁ ଆବେଦନ ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ଗତ ୯ରୁ ୧୨ ତାରିଖ ମଧ୍ୟରେ ଆବେଦନ କରିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ନୂଆ ଘୋଷଣା ଅନୁସାରେ, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ତେବେ ଏ ପର୍ଯ୍ୟନ୍ତ ୭.୩୨ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଜେଇଇ ମେନ୍‌ ୨୦୨୧ର ୪ଟି ପର୍ଯ୍ୟାୟ ମଧ୍ୟରୁ ଦୁଇଟି ପର୍ଯ୍ୟାୟ ଫେବୃୟାରୀ ଓ ମାର୍ଚ୍ଚରେ ହୋଇସାରିଛି। ତୃତୀୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୨୭, ୨୮, ୩୦ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମେ’ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାପାଇଁ ସ୍ଥିର ହୋଇଥିଲା। କିନ୍ତୁ କରୋନା ଯୋଗୁ ଏପ୍ରିଲ ଓ ମେ’ ପର୍ଯ୍ୟାୟ ପରୀକ୍ଷାକୁ ଏନ୍‌ଟିଏ ସ୍ଥଗିତ କରିଥିଲା। ଏବେ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଆସନ୍ତା ୨୦ରୁ ୨୫ ତାରିଖ ପର୍ଯ୍ୟନ୍ତ ଏବଂ ଚତୁର୍ଥ ପର୍ଯ୍ୟାୟ ଅଗଷ୍ଟ ୨୬ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri