ଓଲଟି ପଡିଲା ଜିପ୍‌

ପାରଳାଖେମୁଣ୍ଡି, ୧୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମ ନିକଟରେ ମଙ୍ଗଳବାର ଭୋର ସମୟରେ ଦୁର୍ଘଟଣା ଘଟି ଗାଡି ଚାଳକଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରର ମଞ୍ଜୁଷା ଗ୍ରାମରୁ ପାରଳାଖେମୁଣ୍ଡି ସହରକୁ ଆସୁଥିବା ଏକ ଜିପ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ଚାଳକ ଜଣକ ଗାଡି ତଳେ ଚାପି ହୋଇ ପ୍ରାଣ ହରାଇଥିଲେ। ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ରଙ୍କ ନେୃତୃତ୍ୱରେ ଏଏସଆଇ ଏସଆର୍‌ ପାତ୍ର ଏବଂ ଥାନା କର୍ମଚାରୀମାନେ ପହଞ୍ଚି ମୃତ ଗାଡ଼ିଚାଳକଙ୍କୁ ବାହାର କରି ବ୍ୟବଛେଦ ନିମନ୍ତେ ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତାଙ୍କ ନାମ ବି.ଲିଙ୍ଗରାଜ ଏବଂ ତାଙ୍କ ଘର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ମଞ୍ଜୁଷା ମଣ୍ଡଳ ଅନ୍ତର୍ଗତ ପେଦାବିଡିମି ଗ୍ରାମ ବୋଲି ଜଣାପଡିଛି। ଶବ ବ୍ୟବଚ୍ଛେଦ ପରେ ପୋଲିସ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri