ରତ୍ନଭଣ୍ଡାର ଅଳଙ୍କାର ଗଣତି ହେବ

ପୁରୀ,୧ା୩(ଅଜିତ୍‌ ମହାନ୍ତି):ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଗୁରୁବାର ରତ୍ନ ଅଳଙ୍କାର ଗଣତିମଣତି ନିମନ୍ତେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଫଳରେ ଦୀର୍ଘ ୪୬ ବର୍ଷ ପରେ ଦୁର୍ଭେଦ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଅଳଙ୍କାର ଗଣତିମଣତି ହୋଇଥିଲା। ତା’ ପରଠାରୁ ଆଉ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ହୋଇନାହିଁ। ସେହିପରି ଭିତର ରତ୍ନଭଣ୍ଡାରରେ ୫୯୭ ଓ ବାହାର ରତ୍ନଭଣ୍ଡାରରେ ୩୧ ପ୍ରକାରର ଦୁର୍ମୂଲ୍ୟ ହୀରା, ମୋତି ମାଣିକ୍ୟ, ସୁନା, ରୁପା ଆଦି ରତ୍ନଅଳଙ୍କାର ରହିଥିବା କୁହାଯାଉଛି।
ରତ୍ନଭଣ୍ଡାରରେ ଥିବା ରତ୍ନଅଳଙ୍କାରଗୁଡ଼ିକୁ ଗଣତିମଣତି କରିବା ପ୍ରସଙ୍ଗରେ ରାଜ୍ୟ ସରକାର ଅବହେଳା କରୁଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହୋଇ ଆସୁଥିଲା। ଏପରିକି ବିରୋଧୀ ଦଳ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ସରକାରଙ୍କୁ ସମାଲୋଚନା କରାଯାଉଥିଲା। ତେବେ ବିଭିନ୍ନ ମହଲରେ ବାରମ୍ବାର ଦାବି ହେବା ସହ ହାଇକୋର୍ଟରେ ଏ ନେଇ ଆବେଦନ ଦାଖଲ କରାଯାଇଥିଲା। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଏକ ଅନ୍ତରୀଣ ଆବେଦନ କରିଥିଲେ। ହାଇକୋର୍ଟ ଏହି ମାମଲାର ଶୁଶାଣି କରି ରତ୍ନଭଣ୍ଡାର ଖୋଲି ଅଳଙ୍କାର ଏବଂ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ସହ ହାଇକୋର୍ଟ ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ଗତବର୍ଷ ଅଗଷ୍ଟରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏ ନେଇ ମଧ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଫଳରେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ରତ୍ନଅଳଙ୍କାର ଗଣତିମଣତି ପାଇଁ ସରକାର ଏକ ଉଚ୍ଚସ୍ତରୀୟ ଟିମ୍‌ ଗଠନ କରିଛନ୍ତି। ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଓ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ କରିବ। କମିଟିରେ ଅଧ୍ୟକ୍ଷଙ୍କ ସମେତ ୧୨ଜଣ ସଦସ୍ୟ ରହିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରିଜିତ୍‌ ପଶାୟତ ଏହି କମିଟିର ଅଧ୍ୟକ୍ଷ ରହିଥିବାବେଳେ ଶ୍ରୀମନ୍ଦିର ପରିଚାଳନା କମିଟିର ତିନିଜଣ ସଦସ୍ୟ ଦୁର୍ଗାଦାସ ମହାପାତ୍ର, ମାଧବ ମହାପାତ୍ର ଏବଂ ଜଗନ୍ନାଥ କର ସ୍ଥାନ ପାଇଛନ୍ତି। ସେହିପରି ପ୍ରସିଦ୍ଧ ହୃଦ୍‌ରୋଗ ବିଶେଷଜ୍ଞ ଡା. ରମାକାନ୍ତ ପଣ୍ଡା, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମ୍‌ଡି ଡ. ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ଗଜପତି ମହାରାଜାଙ୍କ ପ୍ରତିନିଧି, ପୁରୀ ଜିଲାପାଳ, ଏଏସ୍‌ଆଇ ଅଧିକାରୀ, ଭଣ୍ଡାର ମେକାପ, ଗଣେଶ ମେକାପ କମିଟିରେ ରହିଛନ୍ତି। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଜଗନ୍ନାଥ କର କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ ଭାବନାକୁ ସମ୍ମାନ ଜଣାଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଉଛୁ। ରତ୍ନଭଣ୍ଡାରର ସୁରକ୍ଷା ପାଇଁ ପରିଚାଳନା କମିଟି ପକ୍ଷରୁ ସରକାରଙ୍କୁ ଏକ କମିଟି ଗଠନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା, ଯାହା ଗ୍ରହଣୀୟ ହୋଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଗାମୀ ଦିନରେ କମିଟିର ବୈଠକ ବସି କାର୍ଯ୍ୟପନ୍ଥା ସ୍ଥିର କରାଯିବ। ତେବେ ଆଗାମୀ ଦିନରେ ମହାପ୍ରଭୁଙ୍କ ଯାନିଯାତ୍ରା ଥିବାରୁ ବର୍ତ୍ତମାନ ସମୟରେ ରତ୍ନଭଣ୍ଡାର ଖୋଲିବା ସମ୍ଭବ ହେବନାହିଁ। ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ୧୩ ଦିନ ସମୟ ମିଳିଥାଏ। ତେଣୁ ସେହି ସମୟରେ ଖୋଲିବା ଓ କାର୍ଯ୍ୟ କରିବା ପାଇଁ ପୂର୍ବରୁ ଏଏସ୍‌ଆଇକୁ ପ୍ରସ୍ତାବ ଦିଆଯାଇଥିଲା। ଯାହାକୁ ଏଏସ୍‌ଆଇ ଗ୍ରହଣ କରିଥିଲା। ତେଣୁ ପରବର୍ତ୍ତୀ ବୈଠକ ପରେ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି କର ପ୍ରକାଶ କରିଛନ୍ତି। ସେହିପରି ପରିଚାଳନା କମିଟି ସଦସ୍ୟ ଦୁର୍ଗାଦାସ ମହାପାତ୍ର କହିଛନ୍ତି, ସରକାରଙ୍କ ଚିଠି ପହଞ୍ଚତ୍ ନାହିଁ। ଚିଠି ପହଞ୍ଚତ୍ବା ପରେ ଯାହାକିଛି ପଦକ୍ଷେପ ନିଆଯିବ। ଅନ୍ୟପକ୍ଷରେ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ସରକାର ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି, ଯାହା କେବଳ ନିର୍ବାଚନୀ ଚାଲ୍‌। କମିଟି ଗଠନ କରାଗଲା ସତ, ହେଲେ ଏହା କେବେ କାର୍ଯ୍ୟକାରୀ ହେଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ପଟ୍ଟନାୟକ ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୮ ଏପ୍ରିଲ ୪ରେ ୧୫ ଜଣିଆ କମିଟି ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କରିବାକୁ ଯାଇଥିଲା। ତେବେ ଚାବିକାଠି ହଜିଯାଇଥିବାରୁ କେବଳ ବାହାରପଟୁ ସ୍ଥିତି ଅନୁଧ୍ୟାନ କରି ଫେରିଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri