ପୁରୀ,୧ା୩(ଅଜିତ୍ ମହାନ୍ତି):ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ଗୁରୁବାର ରତ୍ନ ଅଳଙ୍କାର ଗଣତିମଣତି ନିମନ୍ତେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଫଳରେ ଦୀର୍ଘ ୪୬ ବର୍ଷ ପରେ ଦୁର୍ଭେଦ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଅଳଙ୍କାର ଗଣତିମଣତି ହୋଇଥିଲା। ତା’ ପରଠାରୁ ଆଉ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ହୋଇନାହିଁ। ସେହିପରି ଭିତର ରତ୍ନଭଣ୍ଡାରରେ ୫୯୭ ଓ ବାହାର ରତ୍ନଭଣ୍ଡାରରେ ୩୧ ପ୍ରକାରର ଦୁର୍ମୂଲ୍ୟ ହୀରା, ମୋତି ମାଣିକ୍ୟ, ସୁନା, ରୁପା ଆଦି ରତ୍ନଅଳଙ୍କାର ରହିଥିବା କୁହାଯାଉଛି।
ରତ୍ନଭଣ୍ଡାରରେ ଥିବା ରତ୍ନଅଳଙ୍କାରଗୁଡ଼ିକୁ ଗଣତିମଣତି କରିବା ପ୍ରସଙ୍ଗରେ ରାଜ୍ୟ ସରକାର ଅବହେଳା କରୁଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହୋଇ ଆସୁଥିଲା। ଏପରିକି ବିରୋଧୀ ଦଳ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ସରକାରଙ୍କୁ ସମାଲୋଚନା କରାଯାଉଥିଲା। ତେବେ ବିଭିନ୍ନ ମହଲରେ ବାରମ୍ବାର ଦାବି ହେବା ସହ ହାଇକୋର୍ଟରେ ଏ ନେଇ ଆବେଦନ ଦାଖଲ କରାଯାଇଥିଲା। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଏକ ଅନ୍ତରୀଣ ଆବେଦନ କରିଥିଲେ। ହାଇକୋର୍ଟ ଏହି ମାମଲାର ଶୁଶାଣି କରି ରତ୍ନଭଣ୍ଡାର ଖୋଲି ଅଳଙ୍କାର ଏବଂ ଅନ୍ୟାନ୍ୟ ଜିନିଷ ଗଣନା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ସହ ହାଇକୋର୍ଟ ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ଗତବର୍ଷ ଅଗଷ୍ଟରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏ ନେଇ ମଧ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଫଳରେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ରତ୍ନଅଳଙ୍କାର ଗଣତିମଣତି ପାଇଁ ସରକାର ଏକ ଉଚ୍ଚସ୍ତରୀୟ ଟିମ୍ ଗଠନ କରିଛନ୍ତି। ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଓ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ କରିବ। କମିଟିରେ ଅଧ୍ୟକ୍ଷଙ୍କ ସମେତ ୧୨ଜଣ ସଦସ୍ୟ ରହିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରିଜିତ୍ ପଶାୟତ ଏହି କମିଟିର ଅଧ୍ୟକ୍ଷ ରହିଥିବାବେଳେ ଶ୍ରୀମନ୍ଦିର ପରିଚାଳନା କମିଟିର ତିନିଜଣ ସଦସ୍ୟ ଦୁର୍ଗାଦାସ ମହାପାତ୍ର, ମାଧବ ମହାପାତ୍ର ଏବଂ ଜଗନ୍ନାଥ କର ସ୍ଥାନ ପାଇଛନ୍ତି। ସେହିପରି ପ୍ରସିଦ୍ଧ ହୃଦ୍ରୋଗ ବିଶେଷଜ୍ଞ ଡା. ରମାକାନ୍ତ ପଣ୍ଡା, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମ୍ଡି ଡ. ବିଧୁଭୂଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ଗଜପତି ମହାରାଜାଙ୍କ ପ୍ରତିନିଧି, ପୁରୀ ଜିଲାପାଳ, ଏଏସ୍ଆଇ ଅଧିକାରୀ, ଭଣ୍ଡାର ମେକାପ, ଗଣେଶ ମେକାପ କମିଟିରେ ରହିଛନ୍ତି। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଜଗନ୍ନାଥ କର କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ଓ ଭକ୍ତଙ୍କ ଭାବନାକୁ ସମ୍ମାନ ଜଣାଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଉଛୁ। ରତ୍ନଭଣ୍ଡାରର ସୁରକ୍ଷା ପାଇଁ ପରିଚାଳନା କମିଟି ପକ୍ଷରୁ ସରକାରଙ୍କୁ ଏକ କମିଟି ଗଠନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା, ଯାହା ଗ୍ରହଣୀୟ ହୋଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଗାମୀ ଦିନରେ କମିଟିର ବୈଠକ ବସି କାର୍ଯ୍ୟପନ୍ଥା ସ୍ଥିର କରାଯିବ। ତେବେ ଆଗାମୀ ଦିନରେ ମହାପ୍ରଭୁଙ୍କ ଯାନିଯାତ୍ରା ଥିବାରୁ ବର୍ତ୍ତମାନ ସମୟରେ ରତ୍ନଭଣ୍ଡାର ଖୋଲିବା ସମ୍ଭବ ହେବନାହିଁ। ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ୧୩ ଦିନ ସମୟ ମିଳିଥାଏ। ତେଣୁ ସେହି ସମୟରେ ଖୋଲିବା ଓ କାର୍ଯ୍ୟ କରିବା ପାଇଁ ପୂର୍ବରୁ ଏଏସ୍ଆଇକୁ ପ୍ରସ୍ତାବ ଦିଆଯାଇଥିଲା। ଯାହାକୁ ଏଏସ୍ଆଇ ଗ୍ରହଣ କରିଥିଲା। ତେଣୁ ପରବର୍ତ୍ତୀ ବୈଠକ ପରେ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି କର ପ୍ରକାଶ କରିଛନ୍ତି। ସେହିପରି ପରିଚାଳନା କମିଟି ସଦସ୍ୟ ଦୁର୍ଗାଦାସ ମହାପାତ୍ର କହିଛନ୍ତି, ସରକାରଙ୍କ ଚିଠି ପହଞ୍ଚତ୍ ନାହିଁ। ଚିଠି ପହଞ୍ଚତ୍ବା ପରେ ଯାହାକିଛି ପଦକ୍ଷେପ ନିଆଯିବ। ଅନ୍ୟପକ୍ଷରେ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ସରକାର ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି, ଯାହା କେବଳ ନିର୍ବାଚନୀ ଚାଲ୍। କମିଟି ଗଠନ କରାଗଲା ସତ, ହେଲେ ଏହା କେବେ କାର୍ଯ୍ୟକାରୀ ହେଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି ବୋଲି ପଟ୍ଟନାୟକ ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୮ ଏପ୍ରିଲ ୪ରେ ୧୫ ଜଣିଆ କମିଟି ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କରିବାକୁ ଯାଇଥିଲା। ତେବେ ଚାବିକାଠି ହଜିଯାଇଥିବାରୁ କେବଳ ବାହାରପଟୁ ସ୍ଥିତି ଅନୁଧ୍ୟାନ କରି ଫେରିଆସିଥିଲା।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ
ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…
ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ
ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…
Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍…
ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ
ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

