ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ

ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ୧୪୦ ଜଣ ତୀର୍ଥଯାତ୍ରୀ ରାମେଶ୍ୱରମ-ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି । ଜିଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବଲାଙ୍ଗୀର ଅତିରିକ୍ତ ଜିଲାପାଳ (ସାଧାରଣ), ଡା. ବିଜୟନନ୍ଦ ସେଠୀ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ଓ ଜିଲା କ୍ରୀଡା ଅଧିକାରୀ ପରାଶର ବାଗ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ମୁଖ୍ୟଅତିଥି ସମସ୍ତ ବରିଷ୍ଠ ନାଗରିକ ତଥା ତୀର୍ଥଯାତ୍ରୀମାନଙ୍କୁ ଫୁଲମାଳ ଓ ପୁଷ୍ପଗୁଚ୍ଛ ଦେଇ ଯାତ୍ରାର ଶୁଭକାମନା ଜଣାଇବା ସହ ସବୁଜ ପତାକା ଦେଖାଇ ବସ୍‌ ଯାତ୍ରାର ଶୁଭାରମ୍ଭ କରିଥିଲେ। ଯାତ୍ରା ପୂର୍ବରୁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ତୀର୍ଥ ଯାତ୍ରୀଙ୍କର ସ୍ବାସ୍ଥ୍ୟ ଯାଞ୍ଚ ନିୟମାନୁସାରେ କରାଯାଇଥିଲା । ବସଗୁଡିକ ସମ୍ବଲପୁର ରେଳ ଷ୍ଟେଶନ ଅଭିମୁଖେ ଯାତ୍ରା ଆରମ୍ଭ କରିଛି, ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀମାନେ ଆଜି ସମ୍ବଲପୁରରେ ରାତ୍ରୀ ଯାପନ କରିବେ ଓ ଆସନ୍ତାକାଲି ସତନ୍ତ୍ର ଟ୍ରେନ ଯୋଗେ ରାମେଶରମ-ମଦୁରାଇ ଅଭିମୁଖେ ଯାତ୍ରା ଆରମ୍ଭ କରିବେ । ଏହି ତୀର୍ଥ ଯାତ୍ରାରେ ଏସ୍କର୍ଟ ଅଫିସର ଭାବେ ନୀଳାଚଳ ଦୀପ, ଚିନ୍ତାମଣି ଥନାପତି , ଚିତ୍ତରଞ୍ଜନ ସାହୁ , ଏବଂ ତରୁଣକାନ୍ତି ପ୍ରଧାନ ତୀର୍ଥ ଯାତ୍ରା ସଂପାଦନ ନିମନ୍ତେ ନିଯୁକ୍ତି ଦିଆଯାଇଛ। ଆଜିର କାର୍ଯ୍ୟକ୍ରମକୁ ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିଲେ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri