ଗୁଣ୍ଡିଚା ମନ୍ଦିରକୁ ବାଇକ୍‌ରେ ପଶିଲେ ଜେଟିପି

ପୁରୀ ଅଫିସ,୩୦।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଗୁରୁବାର ରାତିରେ ଜଣେ ଖାକି ପୋଷାକଧାରୀ ବ୍ୟକ୍ତି ବାଇକ୍‌ ଚଳାଇ ପ୍ରବେଶ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଳରେ ଏହି ଘଟଣା ସାମ୍ନାକୁ ଆସିଛି। ଏନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଜୋର ଧରିଛି।
ଭିଡିଓ ଫୁଟେଜ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେ କହିଛନ୍ତି, ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମ୍ପୃକ୍ତ ଖାକି ପୋଷାକଧାରୀ ବ୍ୟକ୍ତି ଜଣକ ଜଗନ୍ନାଥ ଟେମ୍ପଲ ପୋଲିସ (ଜେଟିପି) କର୍ମଚାରୀ ବୋଲି ଜଣାପଡ଼ିଛି। ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଅନ୍ୟପକ୍ଷରେ ଯେଉଁ ଦ୍ୱାର ଦେଇ ମହାପ୍ରଭୁ ଆଡ଼ପମଣ୍ଡପକୁ ପ୍ରବେଶ କରନ୍ତି ସେହି ବାଟ ଦେଇ ଗାଡ଼ି ଧରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବାର ଅନୁମତି ସମ୍ପୃକ୍ତ ଜେଟିପିଙ୍କୁ କିଏ ଦେଲା ଏବଂ ଏଭଳି ଅନୁପ୍ରବେଶ ପ୍ରଥମ ଥର ନା ନିତିଦିନିଆ ଘଟଣା ତାହାର ତଦନ୍ତ କରିବାକୁ ଜଗନ୍ନାଥପ୍ରେମୀ ଦିଲୀପ ବରାଳ ଦାବି କରିଛନ୍ତି। ସମ୍ପୃକ୍ତ ଖାକି ପୋଷାକଧାରୀ ଜଣକ ପୁରୀ ପୋଲିସର ନୁହେଁ ବୋଲି ଏସ୍‌ପି କନଓ୍ବର ବିଶାଲ ସିଂ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri