ଜୁନିୟର ହକି ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୧୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ହକି ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଫର୍ଦ୍ଦ। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଉଦ୍‌ଘାଟିତ ହୋଇଯାଇଛି ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ। ପୂର୍ବରୁ ଚାମ୍ପିୟନ୍ସ ଟ୍ରଫିଠାରୁ ଆରମ୍ଭ କରି ସିନିୟର ହକି ବିଶ୍ୱକପ ପର୍ଯ୍ୟନ୍ତ ଅଧ ଡଜନେରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ କରିଥିବା ଓଡ଼ିଶା ଏବେ ବିଶ୍ୱର ଶ୍ରେଷ୍ଠ ରାଇଜିଂ ଷ୍ଟାରଙ୍କୁ ନେଇ ଏହି ମେଗା ପ୍ରତିଯୋଗିତା ଆୟୋଜନ କରାଇବାପାଇଁ ଦୃଢ଼ ପରିକର। ୧୬ ଦଳର ଅଧିନାୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଟ୍ରଫି ଉନ୍ମୋଚନ କରିବା ସହ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ନରିନ୍ଦର ଧ୍ରୁବ ବାତ୍ରା, ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ଓ କମିିଶନର ଆର. ଭିନିଲ କ୍ରିଷ୍ଣା, ହକି ପ୍ରମୋଶନ କାଉନସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଆକର୍ଷଣୀୟ ଆତସବାଜି କାର୍ଯ୍ୟକ୍ରମ ମନ ମୋହିଥିଲା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ବିନା ଦର୍ଶକରେ ଟୁର୍ନାମେଣ୍ଟ ଆୟୋଜନ ହେଉଛି। ତେଣୁ ଷ୍ଟାଡିୟମରେ ପୂର୍ବର ଦର୍ଶକ କୋଳାହଳ ନାହିଁ। ପ୍ରଥମ ଦିବସରେ ବୁଧବାର ମୋଟ ୫ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ପ୍ରଥମ ୪ଟି ମ୍ୟାଚରେ ବେଲଜିୟମ, ଜର୍ମାନୀ, ମାଲେସିଆ ଓ ପୋଲାଣ୍ଡ ବିଜୟୀ ହୋଇଛନ୍ତି। ପ୍ରକାଶ ଯେ, ହକିିକୁ ପ୍ରୋତ୍ସାହନ ଦେଇ ଆସୁଥିବା ଓଡ଼ିଶା ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ରହି ଆସିଛନ୍ତି। ପ୍ରଥମେ ୫ ବର୍ଷ ପାଇଁ ଚୁକ୍ତି ହୋଇଥିବାବେଳେ ଭାରତୀୟ ହକି ଦଳ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିବାପରେ ଏହାକୁ ଆଉ ୧୦ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ପୂର୍ବରୁ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକୁ ସଫଳତାର ସହ ଆୟୋଜନ କରି ପ୍ରଶଂସା ସାଉଁଟିଥିବା ରାଜ୍ୟ ସରକାର ଏଥର କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ଅନେକ ପଦକ୍ଷେପ ନେଇଛନ୍ତି। ସମସ୍ତଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସୁରକ୍ଷିତଭାବେ ପ୍ରତିଯୋଗିତା ଶେଷ କରିବା ମୁଖ୍ୟ ଲକ୍ଷ୍ୟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକିକୁ ପ୍ରୋତ୍ସାହନ ଦେଉଥିବାରୁ ପୁରସ୍କାର ସ୍ବରୂପ ୨୦୨୩ ସିନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ ଅଧିକାର ଓଡ଼ିଶାକୁ ମିିଳିଛି। ଏହା ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାରେ ଭାରତର ସବୁଠାରୁ ବଡ଼ ହକି ଷ୍ଟାଡିୟମ ସମ୍ପ୍ରତି ନିର୍ମାଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri