ନାବାଳିକା ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୧୧ା୫ (ନି.ପ୍ର.):ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ଜୟପୁର ଫାଷ୍ଟଟ୍ରାକ୍‌ ସ୍ପେଶିଆଲ କୋର୍ଟରେ ଶୁଣାଣି କରାଯାଇଛି। ଆଡହକ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ସସାମଲ ନାରାୟଣପାଟଣା ଥାନା ଅଧୀନ ବୋରିଗି ଗ୍ରାମର ଅଭିଯୁକ୍ତ ଗୋବିନ୍ଦ ତାଡ଼ିଙ୍ଗି (୨୩)ଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ରାୟ ଶୁଣାଇଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଦେବାକୁ କୁହାଯାଇଛି। ଅର୍ଥ ଅନାଦାୟ କ୍ଷେତ୍ରରେ ଅଧିକ ୧୨ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ପ୍ରକାଶ ପାଇଛି। ୧୯ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଏହି ରାୟ ଶୁଣାଣି ହୋଇଛି। ପୀଡ଼ିତାଙ୍କୁ ସରକାରଙ୍କ ପକ୍ଷରୁ ଆଇନସେବା ପ୍ରାଧିକରଣ ମାଧ୍ୟମରେ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଅଭିଯୁକ୍ତ ୨୦୧୭ ନଭେମ୍ବର ୧୦ରେ ନାରାୟଣପାଟଣା ଥାନା ଅଞ୍ଚଳର ଜଣେ ୮ବର୍ଷର ନାବାଳିକାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ପାଟି ଶୁଣି ତାଙ୍କ ମା’ ଘଟଣାସ୍ଥଳରେ ପହଞ୍ଚତ୍ବା ବେଳକୁ ଅଭିଯୁକ୍ତ ଗୋବିନ୍ଦ ସେଠାରୁ ଚମ୍ପଟ ମାରିଥିଲେ। ପୀଡ଼ିତାଙ୍କ ପରିବାର ଏ ନେଇ ନାରାୟଣପାଟଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। ଗୋବିନ୍ଦଙ୍କୁ ଆଇପିସି ଧାରା ୩୭୬(୨) (ଆଇ)ରେ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଦଣ୍ଡ ଶୁଣାଯାଇଛି। ଅର୍ଥ ଅନାଦାୟେ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ହେବ। ସେହିଭଳି ପୋକ୍ସୋ ଆଇନ ଧାରା ୬ରେ ୧୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଣି ହୋଇଛି। ଏଠାରେ ମଧ୍ୟ ଅର୍ଥ ଅନାଦାୟ କ୍ଷେତ୍ରରେ ୬ ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ହେବ। ସରକାରୀ ଓକିଲ ଗାୟତ୍ରୀ ଦେବୀ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri