ନାବାଳିକା ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୧୧ା୫ (ନି.ପ୍ର.):ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ଜୟପୁର ଫାଷ୍ଟଟ୍ରାକ୍‌ ସ୍ପେଶିଆଲ କୋର୍ଟରେ ଶୁଣାଣି କରାଯାଇଛି। ଆଡହକ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ସସାମଲ ନାରାୟଣପାଟଣା ଥାନା ଅଧୀନ ବୋରିଗି ଗ୍ରାମର ଅଭିଯୁକ୍ତ ଗୋବିନ୍ଦ ତାଡ଼ିଙ୍ଗି (୨୩)ଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ରାୟ ଶୁଣାଇଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଦେବାକୁ କୁହାଯାଇଛି। ଅର୍ଥ ଅନାଦାୟ କ୍ଷେତ୍ରରେ ଅଧିକ ୧୨ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ପ୍ରକାଶ ପାଇଛି। ୧୯ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଏହି ରାୟ ଶୁଣାଣି ହୋଇଛି। ପୀଡ଼ିତାଙ୍କୁ ସରକାରଙ୍କ ପକ୍ଷରୁ ଆଇନସେବା ପ୍ରାଧିକରଣ ମାଧ୍ୟମରେ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଅଭିଯୁକ୍ତ ୨୦୧୭ ନଭେମ୍ବର ୧୦ରେ ନାରାୟଣପାଟଣା ଥାନା ଅଞ୍ଚଳର ଜଣେ ୮ବର୍ଷର ନାବାଳିକାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ନାବାଳିକାଙ୍କ ପାଟି ଶୁଣି ତାଙ୍କ ମା’ ଘଟଣାସ୍ଥଳରେ ପହଞ୍ଚତ୍ବା ବେଳକୁ ଅଭିଯୁକ୍ତ ଗୋବିନ୍ଦ ସେଠାରୁ ଚମ୍ପଟ ମାରିଥିଲେ। ପୀଡ଼ିତାଙ୍କ ପରିବାର ଏ ନେଇ ନାରାୟଣପାଟଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତାଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। ଗୋବିନ୍ଦଙ୍କୁ ଆଇପିସି ଧାରା ୩୭୬(୨) (ଆଇ)ରେ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଦଣ୍ଡ ଶୁଣାଯାଇଛି। ଅର୍ଥ ଅନାଦାୟେ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ହେବ। ସେହିଭଳି ପୋକ୍ସୋ ଆଇନ ଧାରା ୬ରେ ୧୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଣି ହୋଇଛି। ଏଠାରେ ମଧ୍ୟ ଅର୍ଥ ଅନାଦାୟ କ୍ଷେତ୍ରରେ ୬ ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ହେବ। ସରକାରୀ ଓକିଲ ଗାୟତ୍ରୀ ଦେବୀ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri