ଉପଲଡ଼ା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୧।୮(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତାରେ ଦୈନନ୍ଦିନ ଯାତ୍ରା କରୁଥିବା ପଥଚାରୀ ତଥା ଯାନବାହନଗୁଡିକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି-ଗୋଷାଣୀ ରାସ୍ତାରେ ବହୁ ଗ୍ରାମାଞ୍ଚଳ ରହିଛି। ଏଥିସହ ଉକ୍ତ ପଥଟି ପାରଳାଖେମୁଣ୍ଡିରୁ ଗୋଷାଣୀ କମ୍‌ ଦୂରାନ୍ତ ଏବଂ ଜାତୀୟ ରାଜପଥ ୩୨୬-ଏରୁ ରାଜ୍ୟ ରାଜପଥକୁ ସଂଯୋଗୀ କରୁଛି। ତେଣୁ ବହୁ ଲୋକ ଏହି ରାସ୍ତା ଦେଇ ଗୋଷାଣୀ ଛକରେ ବାହାରି ଗାରବନ୍ଧ ଆଦି ଗ୍ରାମ ଦେଇ ବ୍ରହ୍ମପୁରକୁ ଯାତାୟାତ କରିଥା’ନ୍ତି। ସେହିଭଳି ଉକ୍ତ ରାସ୍ତା ଅଞ୍ଚଳରେ ବହୁ ଜମିଜମା ରହୁଥିବାରୁ ଚାଷୀମାନଙ୍କର ଜୀବନରେଖା ଅଟେ। ଏହି ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇ ପଡିବାରୁ ଗତ ପ୍ରାୟ ୩ବର୍ଷ ପୂର୍ବେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ବର୍ଷକ ମଧ୍ୟରେ ରାସ୍ତା ନିର୍ମାଣ ସରିଥିଲା। ମାତ୍ର ଦୁଇବର୍ଷ ହେଲା ନିର୍ମିତ ରାସ୍ତାଟି ବର୍ତ୍ତମାନ ଜରାଜୀର୍ଣ୍ଣ ହୋଇପଡିଛି। ସ୍ଥାନେ ସ୍ଥାନେ ଖାଲଖମା ସୃଷ୍ଟି ହେବା ସହ ପିଚୁ ଉଠିଯାଇ ଚିପ୍ସଗୁଡିକ ବିଛାଡି ହୋଇପଡିଛି। ଫଳରେ ଗାଡି ଚଳାଚଳରେ ବହୁ ବାଧା ଉପୁଜୁଥିବାର ଅଞ୍ଚଳବାସୀ କହିଛନ୍ତି। ଅନ୍ୟପକ୍ଷରେ ଉକ୍ତ ରାସ୍ତା କାମଟି ଠିକାଦାର ଜଣକ ନିମ୍ନମାନର କରିଥିବାର ମଧ୍ୟ ଅଭିଯୋଗ ହୋଇଛି। ଏଥିସହ ଏହି ରାସ୍ତାରେ ସେହି ଅଞ୍ଚଳରେ ଥିବା କେତେକ କ୍ରଶର, ପଥର ଖାଦାନର ଭାରିଯାନଗୁଡିକ ଦୈନିକ ଯାତାୟାତ କରୁଥିବାରୁ ଏପରି ରାସ୍ତା ଖରାପ ହୋଇଯାଇଛି ବୋଲି ଚର୍ଚ୍ଚା ହେଉଛି । ତେଣୁ ଉକ୍ତ ରାସ୍ତା ପ୍ରତି ପ୍ରଶାସନ ଧ୍ୟାନ ଦେବା ଜରୁରୀ ହୋଇପଡିଛି ବୋଲି
ସାଧାରଣରେ ମତ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri