କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ

ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ କରିବା ସହ ଚିଲିକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ପକ୍ଷୀଙ୍କ ଜଳକ୍ରୀଡ଼ାର ଆନନ୍ଦ ନେଇଥାନ୍ତି। କରୋନା ମହାମାରୀ ଯୋଗୁ ଚଳିତବର୍ଷ ଚିଲିକାକୁ କାଁ ଭାଁ ପର୍ଯ୍ୟଟକ ଆସୁଥିବା ଜଣାପଡ଼ିଛି। ଅନ୍ୟପଟେ କାଳିଜାଈ ମନ୍ଦିର ବନ୍ଦ ଥିବା ବେଳେ ବଡ଼ଦିନରେ ଦର୍ଶନ ପାଇଁ ଆସିଥିବା ପର୍ଯ୍ୟଟକମାନେ ନିରାଶ ହୋଇଥିଲେ। ଗତବର୍ଷ ଅପେକ୍ଷା ଚଳିତବର୍ଷ ୨୦ପ୍ରତିଶତ ପର୍ଯ୍ୟଟକ ଆସିଥିବା ସର୍ଭେରୁ ଜଣାପଡ଼ିଛି।

ସୂଚନା ମୁତାବକ, କରୋନା କଟକଣା ଯୋଗୁ ମାର୍ଚ୍ଚରୁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ ରହିଥିତ୍ଲା। ଅକ୍ଟୋବର ୧୫ରେ ଚିଲିକାରେ ଯାତ୍ରୀ ପରିବହନ ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିଥିଲା। ସରକାରୀ ଗାଇଡ୍‌ଲାଇନ୍‌ ଅନୁଯାୟୀ ଗୋଟିଏ ଡଙ୍ଗାରେ ୧୪ଜଣ ପରିବର୍ତ୍ତେ ୭ଜଣ ଯାତ୍ରୀ ପରିବହନ ନେଇ ନିୟମ ରହିଛି। ଏଥିସହ ମାସ୍କ ପରିଧାନ ଏବଂ ସାମାଜିକ ଦୂରତ୍ୱ ନିର୍ଦ୍ଦେଶ ରହିଛି। ଗତବର୍ଷ ବଡ଼ଦିନରେ ଓଟିଡିସି ପକ୍ଷରୁ ନିୟୋଜିତ ବୋଟ୍‌ରେ ୧୨ଶହ ପର୍ଯ୍ୟଟକ ଭ୍ରମଣରେ ଯାଇଥିବା ବେଳେ ଚଳିତ ବର୍ଷ ମାତ୍ର ୩ଶହ ପର୍ଯ୍ୟଟକଙ୍କ ବୁକିଂ ହୋଇଥିବା ପରିଚାଳାକ ସୌମ୍ୟକାନ୍ତ ଦାସ କହିଛନ୍ତି। ଅନ୍ୟପଟେ ପକ୍ଷୀ ଅଭୟାରଣ୍ୟ ନଳବଣକୁ ପ୍ରବେଶ ନେଇ ନିଷେଧ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେବା ସହ ନଳବଣକୁ ସୁରକ୍ଷାବଳୟ ମଧ୍ୟରେ ପ୍ରବେଶ ନିମନ୍ତେ ଅନୁମତି ପ୍ରଦାନ କଲେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri