ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ

ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କଣ୍ଟାମାଳ ଗସ୍ତ କରି ଏହି ହାତ୍ୟାକାଣ୍ଡରେ କଣ୍ଟାମାଳ ବିଧାୟକଙ୍କ ପୁଅ ଓ ସ୍ଥାନୀୟ ସରପଞ୍ଚଙ୍କ ସଂପୃକ୍ତି ଥିବା ନେଇ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗ ପରେ ବୁଧବାର ସନ୍ଧ୍ୟାରେ କଣ୍ଟାମାଳ ବିଧାୟକ ମହୀଧର ରଣା ବୌଦ୍ଧ ସର୍କିଟ ହାଉସଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀ କରି ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। ବିଧାୟକ ରଣା କହିଥିଲେ ଯେ, ଏହି ହତ୍ୟାକାଣ୍ଡ ପାଇଁ ସେ ମର୍ମାହତ। ତେବେ ହତ୍ୟାର ଶିକାର ହୋଇଥିବା ଲୋକନାଥଙ୍କ ପରିବାର ସହ ତାଙ୍କର କୌଣସି ସମ୍ପର୍କ ନାହିଁ। ଏହି ଘଟଣାରେ ତାଙ୍କ ପୁଅ, ସ୍ଥାନୀୟ ସରପଞ୍ଚ କିମ୍ବା ବିଜେଡିର କେହି ଜଡିତ ନାହାନ୍ତି। ଅଯଥାରେ ଭାଜପା ହୀନ ରାଜନୀତି କରୁଛି। ଭାଜପା ରାଜନୀତି କରିବାକୁ ଏପରି ମିଛ ଆରୋପ କରୁଥିବା ବିଧାୟକ ରଣା କହିଥିଲେ। ଯଦି ଏହି ହତ୍ୟାକାଣ୍ଡରେ ତାଙ୍କ ପରିବାରର କେହି ସଂପୃକ୍ତ ଥିବା ପ୍ରମାଣିତ ହୁଏ, ତେବେ ବିଧାୟକ ପଦରୁ ଇସ୍ତଫା ଦେବେ ବୋଲି କହିଥିଲେ। ଏଥିସହ ପୋଲିସ ଠିକ୍‌ ଭାବରେ ଘଟଣାର ତଦନ୍ତ କରି ପ୍ରକୃତ ଦୋଷୀଙ୍କୁ ଧରି ଆଇନ ଅନୁଯାୟୀ ଦଣ୍ଡିତ କରିବାକୁ ଦାବି କରିଥିଲେ। ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖ ରାତିରେ ଦୁର୍ବୃତ୍ତମାନେ ଲୋକନାଥଙ୍କୁ ଡାକି ନେଇ ହତ୍ୟା କରିଥିଲେ। ପୋଲିସ ମଙ୍ଗଳବାର ଏହି ଘଟଣାରେ ଲିଙ୍ଗରାଜ ବଗର୍ତ୍ତି, ଜ୍ୟୋତିର୍ମୟ ଦଲାଇ ଓ ସତ୍ୟନାରାୟଣ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri