ପରଦାରେ ଟକ୍କର ଦେଉଛି ‘ଦ କଶ୍ମୀର ଫାଇଲ୍ସ’: ବ୍ୟବସାୟରେ ରଚିଲା କୀର୍ତ୍ତିମାନ

ବମ୍ବେ: ସୁପରଷ୍ଟାର ପ୍ରଭାସଙ୍କ ‘ରାଧେ ଶ୍ୟାମ’କୁ ପରଦାରେ ଟକ୍କର ଦେଉଛି ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’। ମାତ୍ର ୬୩୦ ସିନେମାହଲ୍‌ରେ ରିଲିଜ ହୋଇଥିଲେ ହେଁ କୀର୍ତ୍ତିମାନ ରଚିଛି ଫିଲ୍ମ। ପ୍ରଥମ ଦିନରେ ଏହା ୩.୫୫ କୋଟି ଟଙ୍କା ବ୍ୟବସାୟ କରିଛି।

ଖ୍ୟାତନାମା ନିର୍ଦ୍ଦେଶକ ବିବେକ ରଞ୍ଜନ ଅଗ୍ନିହୋତ୍ରୀଙ୍କ ଫିଲ୍ମଟି ଦର୍ଶକଙ୍କୁ ଭାବବିହ୍ବଳ କରୁଛି। ୧୯୯୦ ମସିହାରେ କଶ୍ମୀରରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ନରସଂହାର ଘଟଣାକୁ ପୁଣି ମନେ ପକାଇ ଦେଇଛି। ଅଭିନେତା ଭାବେ ଏଥିରେ ଅନୁପମ ଖେର, ଦର୍ଶନ କୁମାର, ମିଥୁନ ଚକ୍ରବର୍ତ୍ତି ଏବଂ ପୁନୀତ ଇସ୍ସରଙ୍କୁ ଦେଖିବାକୁ ମିଳୁଛି।

‘ଦ କଶ୍ମୀର ଫାଇଲ୍ସ’ର କାହାଣୀ ପୁଷ୍କର ନାଥ ପଣ୍ଡିତ ନାମକ ଏକ ଶିକ୍ଷକଙ୍କ ଆଖପାଖରେ ଘୁରି ବୁଲୁଛି। କିଭଳି ପୋଲିସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଏବଂ ଦେଶର ସରକାର ଥିବା ସତ୍ତ୍ୱେ କଶ୍ମୀରରୁ ହିନ୍ଦୁମାନେ ଚାଲିଆସିବାକୁ ବାଧ୍ୟ ହୋଇଛନ୍ତି ତାହା ଦେଖାଯାଇଛି। ଏହାଛଡ଼ା ନିଜ ଦେଶରେ ଶରଣାର୍ଥି ଭାବେ ସେମାନେ ରହୁଛନ୍ତି। ଏହି ସମୟରେ ଲୋକମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ଏବଂ ମହିଳା-ଶିଶୁଙ୍କ ଉପରେ ହୋଇଥିବା ଲଜ୍ଜାଜନକ ଘଟଣାକୁ ପରଦାରେ ଦେଖିବାକୁ ମିଳୁଛି। ଲୋକମାନେ ଏହାକୁ ଦେଖି ସ୍ତବ୍ଧ ହୋଇଯାଇଛନ୍ତି। ଓ୍ବିକେଣ୍ଡ ଥିବାରୁ ଆଗାମୀ ଦିନରେ ଏହା ଅଧିକ ବ୍ୟବସାୟ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri