ୟୁଏଇରେ ରିଲିଜ୍ ହେବ ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ଇଣ୍ଡିଆନ ବକ୍ସ ଅଫିସରେ ଧମାଲ ମଚାଇଥିବା ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ଏବେ ୟୁଏଇ ଆଡେ ମୁହାଁଇଛି । କିଛିଦିନ ତଳେ ଫିଲ୍ମର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ କହିଥିଲେ ତାଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ୟୁଏଇରେ ବ୍ୟାନ କରି ଦିଆଯାଇଛି । ହେଲେ ଏହାର କାରଣ ଅସ୍ପଷ୍ଟ ଥିଲା । ଏବେ କିନ୍ତୁ ବିବେକ ଅଗ୍ନିହୋତ୍ରୀ ଟୁଇଟ୍ କରି ଜଣାଇଛନ୍ତି କି ତାଙ୍କ ଫିଲ୍ମରେ ଲଗାଯାଇଥିବା ପ୍ରତିବନ୍ଧକ ହଟାଇ ଦିଆଯାଇଛି । ତେଣୁ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ୟୁଏଇରେ ଏପ୍ରିଲ ୭ରେ ରିଲିଜ୍ ହେବାକୁ ଯାଉଛି । ତାହା ପୁଣି ବିନା କଟ୍‌ରେ ।
ବିବେକ ଟୁଇଟ୍ କରି ଲେଖିଛନ୍ତି ବଡ ସଫଳତା, ଶେଷରେ ୟୁନାଇଟେଡ ଅରବ ଏମିରେଟ୍ସ(ୟୁଏଇ)ରେ ସେନସରର ଅନୁମତି ମିଳିଯାଇଛି । ରେଟେଡ ୧୫+ ବିନା କୌଣସି କଟ୍‌ରେ ଏହା ପାସ୍ ହୋଇଛି । ୭ ଏପ୍ରିଲ(ଗୁରୁବାର) ଫିଲ୍ମ ରିଲିଜ୍ ହେବାକୁ ଯାଉଛି । ଏହା ଜାଣିବା ପରେ ଅଭିନେତା ଅନୁପମ ଖେର ବି ଖୁସି ମନାଇଛନ୍ତି । ସେ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଟୁଇଟକୁ ରି ଟୁଇଟ୍ କରି ହର ହର ମହାଦେବ ବୋଲି ଲେଖିଛନ୍ତି । ଚଳିତ ମାସ ଆରମ୍ଭରେ ବିବେକ ଏକ ସାକ୍ଷାତ୍‌କାରରେ କହିଥିଲେ କି କିଛି ଦେଶ ‘ଦ କଶ୍ମୀର ଫାଇଲ୍ସ’ ଉପରେ ପ୍ରତିବନ୍ଧକ ଲାଗାଇଛନ୍ତି । ଏବେ ୟୁଏଇ ଏହି ପ୍ରତିବନ୍ଧକ ହଟାଇ ଦେଇଥିବା ବେଳେ କତ୍ତର ଓ ସିଙ୍ଗାପୁରରେ ଏବେ ପର୍ଯ୍ୟନ୍ତ ପ୍ରତିବନ୍ଧକ ରହିଛି ।
ଶୁଣିବାକୁ ମିଳିଛି କି ବ୍ରିଟିଶ ସଂସଦ ଫିଲ୍ମ ନିର୍ଦ୍ଦେଶକ ବିବେକ ଓ ତାଙ୍କ ପତ୍ନୀ ପଲ୍ଲବି ଯୋଶୀ(ଯିଏ ଫିଲ୍ମରେ ଅଭିନୟ କରିଛନ୍ତି) କଶ୍ମୀର ହିନ୍ଦୁଙ୍କ ଦୁର୍ଦ୍ଦଶା ସମ୍ବଦ୍ଧରେ କଥା ହେବା ଲାଗି ଆମନ୍ତ୍ରଣ କରିଛନ୍ତି । ଗଣମାଧ୍ୟମ ସହ କଥା ହେବା ସମୟରେ ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri