‘ଦ କେରଲା ଷ୍ଟୋରି’କୁ ନେଇ ଜମ୍ମୁ-କଶ୍ମୀରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅନେକେ ଆହତ

ଜମ୍ମୁ,୧୬।୫: ବଲିଉଡର ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଗୋଟିଏ ପଟେ ରାଜନୈତିକ ଲଢେଇ ଜାରି ରହିଥିବା ବେଳେ ଏବେ ଜମ୍ମୁ ଓ କଶ୍ମୀରରେ ମେଡିକାଲ ଛାତ୍ରଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୫ ମେଡିକାଲ ଛାତ୍ର ଆହତ ହୋଇଛନ୍ତି। ଏହାକୁ ନେଇ ମେଡିକାଲ ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିବା ସହ ଦୋଷିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏହାସହ ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ପିପୁଲ୍ସ ଡେମୋକ୍ରାଟିକ ପାର୍ଟି ସଭାପତି ମେହେବୁବା ମୁଫତି ଆହୁରି ମଧ୍ୟ କହିଛନ୍ତି ଯେ ହିଂସା ସୃଷ୍ଟି କରୁଥିବା ଚଳଚ୍ଚିତ୍ରକୁ କେନ୍ଦ୍ର ସରକାର ଉତ୍ସାହିତ କରୁଛନ୍ତି। ଏହା ସହିତ ସେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇ ଦୋଷୀମାନଙ୍କୁ ଦଣ୍ଡ ଦେବାକୁ ଅନୁରୋଧ କରିଛନ୍ତି। ଏଥିସହିତ ଘଟଣା ପରେ ଏସଏସପି ମଧ୍ୟ ଘଟଣାର ତଦନ୍ତ ସମ୍ପର୍କରେ କହିଛନ୍ତି।

ଏହି ଘଟଣା ଜାମ୍ମୁର ସରକାରୀ ମେଡିକାଲ କଲେଜ ସହିତ ଜଡିତ, ଯେଉଁଠାରେ ‘ଦ କେରଲା ଷ୍ଟୋରି’ ଫିଲ୍ମ ଯୋଗୁଁ ଦୁଇ ଗୋଷ୍ଠୀ ଛାତ୍ର ହଷ୍ଟେଲରେ ମୁହାଁମୁହିଁ ହୋଇଥିଲେ। କୁହାଯାଉଛି ଯେ ଏହି ଘଟଣା ପରେ ପାଞ୍ଚଜଣ ଡାକ୍ତରୀ ଛାତ୍ର ଆହତ ହୋଇଛନ୍ତି। ଏହା ସହ ଏମବିବିଏସ ଛାତ୍ରମାନେ ପ୍ରଦର୍ଶନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହା ବ୍ୟତୀତ ପିଡିପି ସଭାପତି ମେହେବୁବା ମୁଫତି ମଧ୍ୟ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ବିକ୍ଷୋଭକାରୀ ଛାତ୍ରଙ୍କ କହିବାନୁସାରେ, ଏହି ଚଳଚ୍ଚିତ୍ରକୁ ନେଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଅନଲାଇନ ଷ୍ଟଡି ଗ୍ରୁପରେ ଏକ ସଂଘର୍ଷ ଆରମ୍ଭ ହୋଇଥିଲା। କେବଳ ଏତିକି ନୁହେଁ ଛାତ୍ରଛାତ୍ରୀମାନେ ବାହାର ଲୋକଙ୍କ ସହ ମିଶି ମାରପିଟ କରିଥିବା ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପ୍ରଦର୍ଶନକାରୀ ଛାତ୍ରମାନେ ଯଥାଶୀଘ୍ର ଏହା ଉପରେ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଏହି ଘଟଣା ପରେ ଏସଏସପି କହିଛନ୍ତି ଯେ ସରକାରୀ ମେଡିକାଲ କଲେଜର ବାଳକ ହଷ୍ଟେଲରେମାରପିଟ ଘଟଣା ସାମ୍ନାକୁ ଆସିଛି। ଘଟଣାର ତଦନ୍ତ ଚାଲିଛି, ଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?