Posted inଜାତୀୟ

ଆମେ ଫିଲ୍ମ ଉପରେ କୌଣସି ପ୍ରତିବନ୍ଧକ ଲଗାଇନାହୁଁ: ସୁପ୍ରିମକୋର୍ଟଙ୍କୁ କହିଲେ ତାମିଲନାଡୁ ସରକାର

ନୂଆଦିଲ୍ଲୀ,୧୬।୫: ଫିଲ୍ମ ‘ ଦ କେରଲା ଷ୍ଟୋରି’ ରିଲିଜ ହେବା ପରଠୁ ବିବାଦରେ ରହିଛି। କେତେକ ଏହି ଫିଲ୍ମକୁ ସମର୍ଥନ କରୁଥିବା ବେଳେ ଅନ୍ୟକେତେକ ଫିଲ୍ମ ସମର୍ଥନରେ ନାହାନ୍ତି। ତେବେ ପଶ୍ଚିମବଙ୍ଗ ସରକାର ଏହି ଫିଲ୍ମକୁ ବ୍ୟାନ କରିଥିବା ବେଳେ ତାମିଲନାଡୁରେ ମଧ୍ୟ ସ୍କ୍ରିନିଂ ଉପରେ ରୋକ ଲଗାଯାଇଛି। ଯାହାକୁ ବିରୋଧ କରି ଫିଲ୍ମର ନିର୍ମାତା ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ପିଟିସନର ଶୁଣାଣି କରି ସୁପ୍ରିମକୋର୍ଟ ୨ ରାଜ୍ୟ ସରକାରଙ୍କୁ ଫିଲ୍ମ ବ୍ୟାନକୁ ନେଇ ଜବାବ ମାଗିଥିଲେ। ଏହି ସମୟରେ ତାମିଲନାଡୁ ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି, ସିନେମା ହଲ ମାଲିକଙ୍କ ଉପରେ ଫିଲ୍ମ ‘ ଦ କେରଲା ଷ୍ଟୋରି’ ନ ଦେଖାଇବାକୁ କୌଣସି ଚାପ ପକାଯାଇନାହିଁ।

ସରକାରଙ୍କ କହିବାନୁସାରେ, ଫିଲ୍ମ ନିର୍ମାତାମାନେ ମିଥ୍ୟା ବିବୃତ୍ତି ଦେଇଛନ୍ତି ଯେ ରାଜ୍ୟ ସରକାର ଏହି ଫିଲ୍ମର ସ୍କ୍ରିନିଂ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ତାମିଲନାଡୁ ସରକାର ଦାଖଲ କରିଥିବା ଆଫିଡେଭିଟ୍‌ରେ କୁହାଯାଇଛି, ରାଜ୍ୟରେ ଫିଲ୍ମ ଦେଖାଇବାକୁ ବାରଣ କରାଯାଇଥିବା ଫିଲ୍ମ ନିର୍ଦ୍ଦେଶକଙ୍କ ଯୁକ୍ତି ଭୁଲ ଅଟେ। ଏହା ସହ ସରକାର କହିଛନ୍ତି, ରାଜ୍ୟରେ ଫିଲ୍ମ ନ ଦେଖାଇବା ପାଇଁ କୌଣସି ଚାପ ସୃଷ୍ଟି କରାଯାଇନାହିଁ ଏବଂ ସ୍କ୍ରିନିଂ ମଧ୍ୟ ବନ୍ଦ କରାଯାଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?