ଆସିବ ‘ଦ କେରଳ ଷ୍ଟୋରି’

ନୂଆଦିଲ୍ଲୀ, ୨୮।୩: କଶ୍ମୀର ପଣ୍ଡିତଙ୍କ ଉପରେ ଅତ୍ୟାଚାରର କାହାଣୀକୁ ନେଇ ନିର୍ମିତ ଫିଲ୍ମ ‘ ଦ କାଶ୍ମୀର ଫାଇଲ୍ସ’ ବକ୍ସ ଅଫିସ୍‌ରେ ରେକର୍ଡ କରିଛି। ସିନେମାଟି ବାସ୍ତବ ଘଟଣା ଉପରେ ଆଧାରିତ ହୋଇଥିବାରୁ ଲୋକେ ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି। ଏହା ପରେ ପୁଣି ଏକ ସତ୍ୟ ଘଟଣାକୁ ନେଇ ଫିଲ୍ମ ତିଆରି ହେବାକୁ ଯାଉଛି। କେରଳରେ ୧୦ ବର୍ଷ ମଧ୍ୟରେ ହୋଇଥିବା ୩୨ ହଜାର ଝିଅଙ୍କ ଅପହରଣ ଘଟଣା ଏବଂ ଏହା ପଛରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ର ସମ୍ପୃକ୍ତିକୁ ନେଇ ଏକ ଚଳଚ୍ଚିତ୍ର ବଡ଼ ପରଦାରେ ରିଲିଜ୍‌ ହେବାର ସୂଚନା ମିଳିଛି। ସୁଦୀପ୍ତ ସେନ୍‌ଙ୍କ ନିର୍ଦ୍ଦେଶନାରେ ଏହା ନିର୍ମାଣ କରାଯିବ। ଏଥିରେ ମାନବ ଚାଲାଣ, ଆଇଏସ୍‌ଆଇଏସ୍‌ ଦ୍ୱାରା ଝିଅମାନଙ୍କୁ ଉଠାଇ ନେଇ ଏହି ଆତଙ୍କବାଦୀ ସଙ୍ଗଠନ ସଦସ୍ୟଙ୍କ ସହ ବିବାହ ଏବଂ ଧର୍ମ ପରିବର୍ତ୍ତନ ଆଦି ଘଟଣାକୁ ଚଳଚ୍ଚିତ୍ରରେ ଚିତ୍ରଣ କରାଯିବ। ଫିଲ୍ମର ନାମ ‘ଦ କେରଳ ଷ୍ଟୋରି’ ରଖାଯିବ ବୋଲି ଚଳଚ୍ଚିତ୍ର ନିର୍ମାତା ଘୋଷଣା କରିଛନ୍ତି। ଫିଲ୍ମମେକର ଭିପ୍ରୁତ୍‌ ଅମୃତଲାଲ ଶାହ ଏନେଇ ୧ ମିନିଟ ୧୦ ସେକେଣ୍ଡର ଏକ ଟିଜର ଜାରି କରିଛନ୍ତି, ଯେଉଁଥିରେ କେରଳରେ ହେଉଥିବା ଅନେକ ଝିଅଙ୍କୁ ଅପହରଣ ଏବଂ ଅବୈଧ ବ୍ୟାପାର ବିଷୟରେ ଦେଖାଯାଇଛି। କେରଳରେ ଏକ ଦଶନ୍ଧିରୁ ଅଧିକ ସମୟ ଚାଲିଥିବା ଏଭଳି ଘଟଣା ଉପରେ ଫିଲ୍ମ ପାଇଁ ୩-୪ ବର୍ଷ ରିସର୍ଚ୍ଚ କରାଯାଇଥିବା ଅମୃତଲାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri