Posted inଜାତୀୟ

‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ: ସିପିଆଇଏମ୍‌

କୋଝିକୋଡ୍‌/ନୂଆଦିଲ୍ଲୀ,୩ା୫: ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ତଥା ଭିପୁଲ ଅମୃତଲାଲ ଶାହଙ୍କ ପ୍ରଯୋଜିତ ବିବାଦୀୟ ହିନ୍ଦୀ ଫିଲ୍ମ ‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ। ଏହା କେରଳରେ ଲୋକଙ୍କୁ ବିଭାଜିତ କରି ପରସ୍ପର ମଧ୍ୟରେ ଶତ୍ରୁଭାବ ସୃଷ୍ଟି ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଏଜେଣ୍ଡାର ଏକ ଅଂଶ ବୋଲି ମଙ୍ଗଳବାର ଶାସକ ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି (ସିପିଆଇଏମ୍‌) ପକ୍ଷରୁ ସମାଲୋଚନା କରାଯାଇଛି। ସିପିଆଇଏମ୍‌ ରାଜ୍ୟ ସାଧାରଣ ସମ୍ପାଦକ ଏମ୍‌.ଭି. ଗୋବିନ୍ଦନ୍‌ କନ୍ନୁରରେ ଖବରଦାତାମାନଙ୍କୁ କହିଛନ୍ତି, ଫିଲ୍ମରେ କେରଳର ପ୍ରାୟ ୩୨,୦୦୦ ମହିଳା ନିଖୋଜ ହୋଇଯାଇଥିବା ଦର୍ଶାଯାଇଛି। ଭାଜପା ଏବଂ ସଂଘ ପରିବାର ପକ୍ଷରୁ ଏହି ସିନେମା ଜରିଆରେ ଲୋକଙ୍କ ମସ୍ତିଷ୍କରେ ବିଷ ପୂରାଇବାକୁ ଅପଚେଷ୍ଟା କରାଯାଇଛି। କେରଳବାସୀ ମିଳିମିଶି ଏହାକୁ ବିରୋଧ କରନ୍ତୁ ବୋଲି ସେ ଆହ୍ବାନ ଦେଇଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ମଧ୍ୟ କେରଳ ଏବଂ ମୁସଲମାନ ସମ୍ପ୍ରଦାୟକୁ ବଦନାମ କରିବା ପାଇଁ ଏହି ଫିଲ୍ମ ନିର୍ମାଣ କରାଯାଇଥିବା ଅଭିଯୋଗ ଆଣିଥିଲେ। ଇତିମଧ୍ୟରେ ଆସନ୍ତା ୫ରେ ମୁକ୍ତିଲାଭ କରିବାକୁ ଥିବା ‘ଦି କେରଲା ଷ୍ଟୋରି’ର ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଧର୍ମାନ୍ତରୀକରଣ ଉପରେ ପର୍ଯ୍ୟବସିତ ଉକ୍ତ ଫିଲ୍ମରେ ‘ସବୁଠୁ ନିକୃଷ୍ଟତମ ଘୃଣା ମନ୍ତବ୍ୟ’ ରହିଥିବା ଏବଂ ଏହା ଏକ ‘ଅଡିଓ ଭିଜୁଆଲ ପ୍ରୋପାଗଣ୍ଡା’ ଦର୍ଶାଇ ଏକ ପିଟିଶନ ଦାଖଲ ହୋଇଥିଲା। ଜଷ୍ଟିସ୍‌ କେ.ଏମ୍‌. ଜୋସେଫ୍‌ ଏବଂ ବି.ଭି. ନାଗରତ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଏହି ଫିଲ୍ମକୁ ସେନ୍‌ସର ବୋର୍ଡ ସାର୍ଟିଫିକେଶନ୍‌ ମିଳିସାରିଛି। ତେଣୁ ଏହାର ସାର୍ଟିଫିକେଶନ୍‌କୁ ଉପଯୁକ୍ତ ଫୋରମ୍‌ରେ ଚ୍ୟାଲେଞ୍ଜ କରଯାଇପାରେ ବୋଲି ଆବେଦନକାରୀଙ୍କ ଓକିଲ କପିଲ ସିବଲଙ୍କୁ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri