ଫିଟିପାରୁନି ରତ୍ନଭଣ୍ଡାର ଚାବି ରହସ୍ୟ

ପୁରୀ ଅଫିସ,୩୦ା୧୧:ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ଏକଦା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ଦାବି ଜୋରଦାର ହେବାରୁ ସରକାର ତଦନ୍ତ କମିଶନ ବସାଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା। ତଦନ୍ତ ବାବଦରେ ୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। କମିଶନ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାର ଇତିମଧ୍ୟରେ ୨ବର୍ଷ ପୂରିଛି। ହେଲେ ଏ ପର୍ଯ୍ୟନ୍ତ ରିପୋର୍ଟ ସାର୍ବଜନୀନ ହୋଇନାହିଁ କି ରତ୍ନଭଣ୍ଡାର ଚାବି ରହସ୍ୟ ଫିଟିପାରିନାହିଁ।
୨୦୧୮ ମାର୍ଚ୍ଚ ୨୦ରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରତ୍ନଭଣ୍ଡାର ଗୃହର ସ୍ଥିତି ଓ ମରାମତି ନେଇ ଆଲୋଚନା ହୋଇଥିଲା। ଏହାପରେ ବିଧି ବ୍ୟବସ୍ଥା ଅନୁଯାୟୀ ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ। ୨୦୧୮ ଏପ୍ରିଲ ୪ରେ ରତ୍ନଭଣ୍ଡାର ଖୋଲାଯିବାକୁ ସ୍ଥିର ହୋଇଥିଲା। ୧୬ଜଣିଆ ସଦସ୍ୟ ସମସ୍ତ ପ୍ରସ୍ତୁତି ସହ ଭିତର ରତ୍ନଭଣ୍ଡାର ଖୋଲିବାକୁ ଯାଇଥିଲେ। ମାତ୍ର ଭିତର ଭଣ୍ଡାରର ଚାବି ନ ଥିବାରୁ ବାହାର ଭଣ୍ଡାରରୁ ଭିତର ଭଣ୍ଡାରର ସ୍ଥିତି ଦେଖି ବୈଷୟିକ ଟିମ୍‌ ଏବଂ ଅଧିକାରୀମାନେ ଫେରିଆସିଥିଲେ। ଏହାପରେ ରତ୍ନଭଣ୍ଡାର ବିବାଦ ଘେରକୁ ଚାଲିଯାଇ ଥିଲା। ଚାବି ହଜିଥିବା ନେଇ ପରିଚାଳନା କମିଟି ବୈଠକ ବିବରଣୀରେ ଜଣାପଡ଼ିବା ପରେ ହଟଚମଟ ଆରମ୍ଭ ହୋଇଥିଲା। ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସରକାରଙ୍କୁ ଘେରିଥିଲେ ବିରୋଧୀ। ଜୁନ୍‌ ୬ରେ ରାଜ୍ୟ ସରକାର ଚାବି ହଜିବା ଘଟଣାର ତଦନ୍ତ ପାଇଁ କମିଶନ ବସାଇଥିଲେ। ଅବସରପ୍ରାପ୍ତ ବିଚାରପତି ରଘୁବୀର ଦାସଙ୍କୁ କମିଶନ ଭାବେ ନିଯୁକ୍ତ କରାଯାଇଥିଲା। ୩ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଥିଲା। ଏହାପରେ କମିଶନ କଟକ ଓ ପୁରୀରେ ବୈଠକ କରି ବିଭିନ୍ନ ପକ୍ଷଙ୍କଠାରୁ ତଥ୍ୟ ସଂଗ୍ରହ କରିଥିଲେ। ଏଭଳି ସ୍ଥିତିରେ ସେହିବର୍ଷ ଜୁନ୍‌ ୧୩ରେ ଜିଲା ଟ୍ରେଜେରିରେ ଏକ ଲଫାପା ଭିତରେ ଭିତର ରତ୍ନଭଣ୍ଡାରର ଡୁପ୍ଲିକେଟ ଚାବି ରହିଥିବା ତତ୍କାଳୀନ ଜିଲାପାଳ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଚାବି ହଜିବା ଓ ଡୁପ୍ଲିକେଟ ଚାବି ମିଳିବାକୁ ନେଇ ପୁଣି ବିବାଦ ତେଜିଥିଲା। ଅନ୍ୟପକ୍ଷରେ ଧାର୍ଯ୍ୟ ସମୟ ମଧ୍ୟରେ ତଦନ୍ତ ଶେଷ ନ ହେବାରୁ ସରକାର କମିଶନଙ୍କ କାର୍ଯ୍ୟକାଳକୁ ଆଉ ୩ ମାସ ବୃଦ୍ଧି କରିଥିଲେ। କମିଶନ ତଦନ୍ତ ବେଳେ ଜନସାଧାରଣଙ୍କଠାରୁ ସତ୍ୟପାଠ ଆହ୍ବାନ କରିଥିଲେ। କମିଶନଙ୍କ କାର୍ଯ୍ୟକାଳ ୨୦୧୮ ଡିସେମ୍ବର ୭ରେ ସରିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌ ନଭେମ୍ବର ୩୦ରେ ୩୨୪ ପୃଷ୍ଠା ସମ୍ବଳିତ ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାରଙ୍କ ନିକଟରେ ଦାଖଲ କରିଥିଲେ। ସୋମବାର ଏହି ରିପୋର୍ଟ ଦାଖଲକୁ ୨ବର୍ଷ ପୂରଣ ହୋଇଛି।
ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହି ତଦନ୍ତ ବାବଦରେ ୨୨ଲକ୍ଷ ୨୭ ହଜାର ୯୧୮ ଟଙ୍କା ଖର୍ଚ୍ଚ ହୋଇଛି। କମିଶନ ରିପୋର୍ଟ ଦାଖଲ କରିବାର ଠିକ୍‌ ୨ବର୍ଷ ବିତିଲା। କିନ୍ତୁ ଏ ପର୍ଯ୍ୟନ୍ତ ରତ୍ନଭଣ୍ଡାର ଚାବି ରହସ୍ୟ ଉନ୍ମୋଚନ ହୋଇପାରିନାହିଁ। କାହିଁକି ସରକାର ମହାପ୍ରଭୁଙ୍କ ରତ୍ନଅଳଙ୍କାର ପ୍ରତି ଅଣଦେଖା କରୁଛନ୍ତି ତାକୁ ନେଇ ଭକ୍ତଙ୍କ ମନରେ ପ୍ରଶ୍ନ ଉଙ୍କି ମାରିଛି। ସେହିପରି ରତ୍ନଭଣ୍ଡାର ଚାବିକୁ ନେଇ ସରକାର କିଛି ସ୍ପଷ୍ଟ କରୁ ନ ଥିବାରୁ ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ସେ ନେଇ ମଧ୍ୟ ସନ୍ଦେହ ବଢୁଛି। ଅପରପକ୍ଷେ ରତ୍ନଭଣ୍ଡାର ଖୋଲି ଏହାର ମରାମତି ଓ ଅଳଙ୍କାର ଯାଞ୍ଚ ଲାଗି ନିକଟରେ ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷଙ୍କୁ ଚିଠି ଲେଖି ଦିଲୀପ ବରାଳ ନାମକ ଜଣେ ଭକ୍ତ ଅନୁରୋଧ କରିଥିଲେ। ଏ ଦିଗରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଅନ୍ୟପକ୍ଷେ ଏ ନେଇ ସମ୍ପୃକ୍ତ ବରିଷ୍ଠ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri