ସଫଳତାର ମୂଳମନ୍ତ୍ର କଠିନ ପରିଶ୍ରମ: ପାଣ୍ଡିଆନ

ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୪।୧(ଗିରିଧାରୀ ପରିଛା/ମନୋଜ ପାଢ଼ୀ): ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଦିନିକିଆ ଗଜପତି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଯୁବପିଢିଙ୍କ ଭିତରେ କ୍ରୀଡ଼ା, କଳା, ସାହିତ୍ୟ, ସଂସ୍କୃତି ଓ ସାମାଜିକ ସେବାକାର୍ଯ୍ୟର ଭାବଧାରା ସୃଷ୍ଟିକରି ଯୁବଶକ୍ତିକୁ ଆଗକୁ ଆଗେଇନେବା ଉଦ୍ଦେଶ୍ୟରେ ପାରଳାଖେମୁଣ୍ଡିସ୍ଥିତ ଷ୍ଟାଡିୟମରେ ଆୟୋଜିତ ‘ନୂଆ-ଓ ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ସେ ସଫଳତାର ମନ୍ତ୍ର ଦେଇଛନ୍ତି। ସେ କହିଛନ୍ତି, ଯୁବଶକ୍ତି ହେଉଛନ୍ତି ନୂଆ ଓଡ଼ିଶାର ଭବିଷ୍ୟତ। ଏହା ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପରିକଳ୍ପନା, ଯେଉଁଥିରେ ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିବ। ଶାରୀରିକ ବ୍ୟାୟାମ, ଦୈନିକ ୧୫ ମିନିଟ ଧ୍ୟାନ କରିବା ସହ ଦିନରାତି ଯିଏ ଏକକରି ପରିଶ୍ରମ କରିବ ସିଏ ଉପରକୁ ଉଠିପାରିବ। ସଫଳତାର ମୂଳମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ ବୋଲି ସେ କହିଛନ୍ତି। ଜିଲାର ୫-ଟି ଅଧୀନରେ ଥିବା ୧୭ଟି କଲେଜକୁ ରୂପାନ୍ତରିତ କରାଯାଉଛି ବୋଲି ପାଣ୍ଡିଆନ କହିଥିଲେ। ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା, ଯୁବ ବ୍ୟାପାର ଶାସନ ସଚିବ ଆର.ଭିନିଲ କ୍ରିଷ୍ଣା, ଦକ୍ଷିଣାଞ୍ଚଳ ଆରକ୍ଷୀ ମହାନିରୀକ୍ଷକ ସତ୍ୟବ୍ରତ ଭୋଇ, ଜିଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ସ୍ବାତୀ ଏସ. କୁମାର ପ୍ରମୁଖ ଉପସ୍ଥିତ ଥିଲେ। ପରେ କାଶୀନଗର ଓ ମୋହନା ନିର୍ବାଚନମଣ୍ଡଳୀ ଆର.ଉଦୟଗିରିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ପାଣ୍ଡିଆନ ଯୋଗଦେଇଥିଲେ। ଆଗକୁ ଏମ୍‌ବିକେ, ସ୍ବଚ୍ଛ ସାଥି, ବୃଦ୍ଧ, ବିଧବା ଭତ୍ତା ବଢ଼ାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ରାଜ୍ୟ ସରକାରଙ୍କ ନୂଆ ବିଏସକଓ୍ବୋଇ କାର୍ଡ ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ। ଏଥିସହିତ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ, କଳାକାର ଇତ୍ୟାଦି ସମସ୍ତ ଭତ୍ତା ବଢ଼ିବ ବୋଲି ଘୋଷଣା କରିଛନ୍ତି। ଆସନ୍ତା ମାସଠାରୁ ଭତ୍ତା ବଢ଼ାଇବା ଖବର ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିବେ ବୋଲି କହିଥିଲେ। ଜିଲାର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ୧୨୦କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିବା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ଅଧ୍ୟକ୍ଷା ନିର୍ମଳା ସେଠୀ, କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଏମ୍‌. ସୁଧାରାଣୀ, ଜିଲା ପରିଷଦ ସଭାପତି ଜି.ତିରୁପତି ରାଓ, ଜିଲା ଯୁବ ବିଜେଡି ସଭାପତି ଏସ୍‌. ଲିଙ୍ଗରାଜ, ଆର.ଉଦୟଗିରି ବିଡିଓ ଲରିମନ ଖର୍ସେଲ, ତହସିଲଦାର ଜ୍ୟୋତିର୍ମୟୀ ଦାସଙ୍କ ସମେତ ବିଭାଗୀୟ ଅଧିକାରୀ ଓ ଦଳୀୟ ନେତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri