ବୃକ୍ଷ ଶୂନ୍ୟ ହେଉଛି ଖଳିସାହି-କୋସକା ରାସ୍ତା

ଖଣ୍ଡପଡା.୨୬ା୫ (ସ୍ବ.ପ୍ର.):ଜୀବନ୍ତ ତଥା ସବୁଜ ବୃକ୍ଷକୁ ବନ ବିଭାଗର ବିନା ଅନୁମତିରେ କାଟିବା ଆଇନ ଅନୁଯାୟୀ ଦଣ୍ଡନୀୟ । ତେବେ ଗଛଗୁଡିକୁ କିପରି ମାରି ପରେ କଟାଯାଇ ପାରିବ ସେ ନେଇ କେତେଜଣ ବ୍ୟକ୍ତି ଅଭିନବ ଉପାୟ ଆପଣେଇ ଥିବା ପରିଲକ୍ଷତ ହୋଇଛି । ଖଣ୍ଡପଡା ବ୍ଳକ ଅଧିନ ଖଳିସାହି ଗ୍ରାମଠାରୁ କୋସକା ଦେଇ ଗଣିଆ ବ୍ଳକ ଆଡକଟା ଛକକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ପୂର୍ତ୍ତ ବିଭାଗ ଅଧିନରେ ରହିଛି । ଉକ୍ତ ରାସ୍ତାର ସଂପ୍ରସାରଣ କାର୍ଯ୍ୟ ଇତି ମଧ୍ୟରେ ଶେଷ ହୋଇଛି । ରାସ୍ତା ପାର୍ଶ୍ୱରେ ରାଜରାଜୁଡା ଅମଳରୁ ଶତାଧିକ ଆମ୍ବଗଛ ଲଗାଯାଇଥିଲା । ରାସ୍ତା ସଂପ୍ରସାରଣ ବେଳେ କେତେକ ସ୍ଥାନରେ ଆମ୍ବଗଛ ଗୁଡିକ କଟାଯାଇଛି । ରାସ୍ତା ପାର୍ଶ୍ୱସ୍ଥିତ ଅନେକ ଫଳ ପ୍ରଦାନକାରୀ ଆମ୍ବଗଛର ବକଳ ଗୁଡିକ ଛାଲି ଦେବାରୁ ଏବେ ଗ୍ରୀଷ୍ମର ପ୍ରବାହରେ ଗଛ ଗୁଡିକ ଶୁଖି ଠିଆ ହୋଇଛି । ରାସ୍ତାପାର୍ଶ୍ୱରେ ଶୁଖିଲା ଆମ୍ବଗଛଗୁଡିକୁ ଦେଖି ପରିବେଶବିତ୍‌ମାନେ ଉଦ୍‌ବେଗ ପ୍ରକାଶ କରୁଛନ୍ତି । ସ୍ଥାନୀୟ ଅଞ୍ଚଳର କାଠ କଟାଳୀଙ୍କ ଠାରୁ ଆରମ୍ଭ କରି ବ୍ୟବସାୟୀମାନେ ଏହି ଗଛଗୁଡିକ ପ୍ରତି ଲୋଲୁପ ଦୃଷ୍ଟି ପଡୁଥିବା ଜଣାପଡିଛି । ଫଳରେ ସମୟାନୁକ୍ରମେ ଖଳିସାହି-କୋସକା ରାସ୍ତାଟି ବୃକ୍ଷଶୂନ୍ୟ ହେବାରେ ଲାଗିଥିବାରୁ ସେଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri